Advertisements
Saturday, May 30, 2020
Home Corona Breaking ରାଜ୍ୟରେ ଆଜି ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରେ ପ୍ରଥମ ଆକ୍ରାନ୍ତ

ରାଜ୍ୟରେ ଆଜି ୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରେ ପ୍ରଥମ ଆକ୍ରାନ୍ତ

ଭୁବନେଶ୍ବର (ଓଡିଶା ନ୍ୟୁଜ୨୪): ରାଜ୍ୟରେ ଆଜି ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ପ୍ରାଣହାନି ଘଟିଛି। ୯୧ ଜଣ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି। ୯୧ ଜଣଙ୍କ ମଧ୍ୟରୁ ୮୭ ଜଣ କ୍ବାରେଣ୍ଟିନ୍‌ରେ ରହିଥିବା ବେଳେ ଅନ୍ୟମାନେ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିଲେ।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୨୮, ବାଲେଶ୍ବରରୁ ୧୭, ଗଞ୍ଜାମରୁ ୧୫, କଟକରୁ ୧୨, ପୁରୀରୁ ୭ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ସମ୍ବଲପୁର ଏବଂସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ସମ୍ବଲପୁରରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ଦୁଇ ଜଣ କରୋନା ଆକ୍ରାନ୍ତ ମଧ୍ୟ ପ୍ରାଣ ହରାଇଛନ୍ତି। ଦୁଇ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଉଭୟଙ୍କ ବୟସ ଯଥାକ୍ରମେ ୩୮ ଏବଂ ୪୫ ବୋଲି ଜଣାପଡିଛି। ଉଭୟ ଆକ୍ରାନ୍ତ ସୁରତ ଫେରନ୍ତା ରହିଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଆଜି ବଲାଙ୍ଗୀରରେ ୭ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ୧୮୧୯ ଓ ସୁସ୍ଥ ହେଲେ ୯୭୭

ଭୁବନେଶ୍ୱର, ୩୦ା୫(ଓଡ଼ିଶା ନ୍ୟୁଜ୨୪): ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ...

ଲକ ଡାଉନ ସମୟରେ ରକ୍ତର ଅଭାବକୁ ଦୂର ପାଇଁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ଆଲୋକ ପଣ୍ଡା //ଭୁବନେଶ୍ୱର (୨୯/୦୫): ଲକ ଡାଉନ ସମୟରେ ଦେଖାଦେଇଥିବା ରକ୍ତର ଘୋର ଅଭାବକୁ ଦୂର କରିବାକୁ ଯାଇ ବିଭିନ୍ନ ସାମାଜିକ ଅନୁଷ୍ଠାନ ଅଣ୍ଟା ଭିଡ଼ିଛନ୍ତି l...

ଅ।ନ୍ତଜାତି ବିବାହ ପ୍ରତ୍ସାହନ ରାଶି ପ୍ରଦାନ କଲେ ମାନ୍ୟବର ମନ୍ତ୍ରୀ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ଼ା (୩୦/୦୫): ଅନୁସୂଚିତ ଜାତି ଝିଅ/ପୁଅ ସହିତ ଅନ୍ୟ ଜାତିରେ ବିବାହ କରିଥିବା କରିଥିବା ୧୧ଯୋଡ଼ା ବର କନ୍ୟାଙ୍କୁ ସରକାର ଙ୍କ ତରଫରୁ...

Recent Comments

%d bloggers like this: