Advertisements
Monday, June 1, 2020
Home headline ପଦ୍ମପୁର ଭାରତୀୟ ଜନତା ପାର୍ଟି ତରଫରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ପଦ୍ମପୁର ଭାରତୀୟ ଜନତା ପାର୍ଟି ତରଫରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୨୦/୦୫): ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୁତାଣୁ କୋବିଡ଼-୧୯ ନିଜର କାୟା ବିସ୍ତାର କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ୱାନ କ୍ରମେ ସାରା ଭାରତରେ ମଧ୍ୟ ଲକ ଡାଉନ ଚାଲିଛି।

ପ୍ରାୟ ଦେଢ଼ ମାସ ହେଲା ଲୋକେ କରୋନା ଭୁତାଣୁ ର ସଂକ୍ରମଣ ଚେନ କୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ଙ୍କ କଥା କୁ ସମର୍ଥନ କରି ଘରେ ରହୁଛନ୍ତି। ହେଲେ ଏହି ଘଡି ସନ୍ଧି ମୁହୂର୍ତ୍ୱରେ ମଧ୍ୟ ନିଜର ଦାୟିତ୍ବ ନ ଭୁଲି ଦେଶବାସୀ ଦେଶ ର ସ୍ୱାସ୍ଥ୍ୟ ସେବା ପାଇଁ ପ୍ରତିବଦ୍ଧଶୀଳ ଥିବା ଚିକିତ୍ସାଳୟ କର୍ମୀ ତଥା ସ୍ୱାସ୍ଥ୍ୟ କର୍ମଚାରୀ ମାନେ ପ୍ରତି ଦିନ ଘରୁ ପଦାକୁ ବାହାରି ନିଜ ଜୀବନକୁ ବାଜି ଲଗାଇ ସହର ତଥା ଗାଁର ସମସ୍ତ ଅଂଚଳକୁ ସ୍ୱାସ୍ଥ୍ୟ ସେବା ପହଞ୍ଚାଉଛନ୍ତି ଏ ନେଇ ପ୍ରଧାନମନ୍ତ୍ରୀ ମୋଦି ସ୍ୱାସ୍ଥ୍ୟ କର୍ମଚାରୀ ମନଙ୍କୁ ସାଧୁବାଦ ଜଣାଇବା ସହ ଧନ୍ୟବାଦ ଜ୍ଞାପନ କରିଛନ୍ତି ଏବଂ କରୋନା ଯୋଦ୍ଧା ଭାବରେ ସମ୍ବୋଧିତ କରି ସମ୍ମାନିତ କରିଛନ୍ତି। ଏହି ପରିପେକ୍ଷିରେ ଆଜି ପଦ୍ମପୁର ଭାରତୀୟ ଜନତା ପାର୍ଟି ତରଫରୁ ପଦ୍ମପୁର ସାରଲକୁମାରି ଉପଖଣ୍ଡ ଚିକିତ୍ସାଳୟ ରେ କାର୍ଯ୍ୟରତ ସ୍ୱାସ୍ଥ୍ୟ କର୍ମଚାରୀ ମାନଙ୍କୁ ତଥା ଡା. ଗୀତାପୀୟୂଷ ସିନ୍ଧୁ ମିଶ୍ରଙ୍କ ଉପସ୍ଥିତି ରେ ସମ୍ମାନିତ କରାଯାଇଛ।

ଏହି ପରି ଘଡି ସନ୍ଧି ମୁହୂର୍ତ୍ୱରେ ମଧ୍ୟ ନିଜର ଦାୟିତ୍ବ ନ ଭୁଲି ଦେଶବାସୀ ଙ୍କ ପାଖକୁ ଦେଶର ସମସ୍ତ ତଥ୍ୟ ସଠିକ ଭାବରେ ଖବର ପହଞ୍ଚାଇବା ପାଇଁ ସାମ୍ବାଦିକ ମାନେ ପ୍ରତି ଦିନ ଘରୁ ପଦାକୁ ବାହାରି ନିଜ ଜୀବନକୁ ବାଜି ଲଗାଇ ବିଭିନ୍ନ ଅଞ୍ଚଳ ର ସମସ୍ୟା ବିଷୟରେ ତଥ୍ୟ ସଂଗ୍ରହ କରିବା ସହ ଲୋକ ଲୋଚନ କୁ ଆଣୁଛନ୍ତି। ଏ ନେଇ ଆଜି ପଦ୍ମପୁର ଭାରତୀୟ ଜନତା ପାର୍ଟି ତରଫରୁ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ତଥା ଭାରତୀୟ ଜନତା ଯୁବମୋର୍ଚା ର ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ, ରାଜ୍ୟ ସମ୍ପାଦକ ଇରାଶିଷ ଆଚାର୍ଯ୍ୟ ଉପସ୍ଥିତ ରହି ପାଇକମାଲ ଅଂଚଳର ସମସ୍ତ ସାମ୍ବାଦିକ ବଡ ଶତପଥୀ, ଡିଗ୍ରୀଧର ସାହୁ,ନିରଞ୍ଜନ ତ୍ରିପାଠୀ,ସୁରଥ ସାହୁ, ଗୋରାଙ୍ଗ ଦାଶ,ଧିରେନ ମହାନ୍ତି,ନିରୋଜ ପାଣୀ, ସୁମନ୍ତ ସାହୁ,କୁଞୀ ସାହୁ ପ୍ରମୁଖ ଙ୍କୁ ଉପଢୋକାନ ଏବଂ ଧନ୍ୟବାଦ ପତ୍ର ଦେଇ ସମ୍ମାନିତ କରିଥିଲେ। ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ତଥା ଭାରତୀୟ ଜନତା ଯୁବମୋର୍ଚା ର ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ, ରାଜ୍ୟ ସମ୍ପାଦକ ଇରାଶିଷ ଆଚାର୍ଯ୍ୟ, ବରଗଡ଼ ଜିଲ୍ଲା ଯୁବମୋର୍ଚା ସଭାପତି ପ୍ରିତେଶ ବହିଦାର ଉପସ୍ଥିତ ରହି କରୋନା ଯୋଦ୍ଧା ମାନଙ୍କର ଉତ୍ସାହ ବଢାଇଥିଲେ ।

ଏହ। ସହ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ ଶିବିର କରାଯାଉଥିବା ବେଳେ ଆଜି ପାଇକମାଲ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ମଧ୍ୟ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଏହି ଶିବିର ରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: