Advertisements
Monday, June 1, 2020
Home Corona Lockdown SLN.ମେଡିକାଲ କଲେଜରେ PCR ପରୀକ୍ଷାଗାର ଉଦଘାଟନ କଲେ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ମିଶ୍ର

SLN.ମେଡିକାଲ କଲେଜରେ PCR ପରୀକ୍ଷାଗାର ଉଦଘାଟନ କଲେ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ମିଶ୍ର

ରିପୋର୍ଟ: ରବିଶଙ୍କର ମହାପାତ୍ର / ଏନ. ସନ୍ତୋଷ କୁମାର //
କୋରାପୁଟ (୨୩/୫): କୋରୋନା ମହାମାରୀର ବିଭୀଷିକା ଆରମ୍ଭ ହେବା ପରେ କୋରାପୁଟ ଜିଲ୍ଲା ଜୟପୁର ସହରରେ ଥିବା ଉପଖଣ୍ଡ ଚିକିତ୍ସାଳୟ ପରିସରରେ କୋଭିଡ ହସପିଟାଲର ପ୍ରତିଷ୍ଠା କରାଯାଇଥିଲା ।କିନ୍ତୁ ପିସିଆର ପରୀକ୍ଷା କରିବା ପାଇଁ କୌଣସି ବ୍ୟବସ୍ଥା ନଥିଲା ।

ଏହି ଅସୁବିଧା ଦୂର କରିବା ପାଇଁ ଆଜି କୋରାପୁଟ ସହର ଉପକଣ୍ଠରେ ଅବସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ପରିସରରେ ଏକ P.C.R.ପରୀକ୍ଷଣ ଲାବୋରେଟୋରୀ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ମିଶ୍ରଙ୍କ ଦ୍ବାରା ଆଜି ଦିନ ୧୧ ଘଂଟା ସମୟରେ ଉଦଘାଟନ କରାଯାଇଛି ।

ଉଦଘାଟନ ସମୟରେ ଅତିରିକ୍ତ ଜିଲ୍ଲା ଦଣ୍ଡାଧିକାରୀ ଶ୍ରୀ ଦେବେନ୍ କୁମାର ପ୍ରଧାନ, ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ପ୍ରଶାସନିକ ଅଧିକାରୀ ଶ୍ରୀମତି ମଧୁମିତା ନାୟକ, କୋରାପୁଟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ୍ ପ୍ରବୀର କୁମାର ନାୟକ ପ୍ରମୁଖ ଉଚ୍ଚପଦସ୍ଥ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: