ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
101
ଅତିରିକ୍ତ ଜିଲ୍ଲାପାଳ ଓ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର , (୧୯/୬) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 06 19 at 19.35.06 1 ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୬ଟି, ସାମୁହିକ ଦରଖାସ୍ତ ୬ଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୬ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ବ୍ଲକ ଉପାଧ୍ୟକ୍ଷ ନିର୍ମଳ ଶାଣ୍ଢ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ୱରଂଜନ ପତି , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦ୍ଦେଶକ ଡିଲେଶ୍ୱର ଖାକା, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଅତିରିକ୍ତ ତହସିଲଦାର ବିନିକା- ଚାନ୍ଦିନୀ ମେହେର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l