Friday, March 29, 2024

Top 5 This Week

Related Posts

କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, (୧୯/୦୬) : ଆଜି କର୍ଲାମୁଣ୍ଡା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିର ରେ ମୋଟ ୧୧୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୭୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ଅଏନ କୁମାର ଙ୍କୁ ୫୦୦୦ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା ।

Popular Articles