Thursday, March 28, 2024

Top 5 This Week

Related Posts

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୫/୦୬) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହେବ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ମଧ୍ୟାହ୍ନ ବୁଲେଟିନରେ କୁହାଯାଇଛି ଯେ ଏହି ଲଘୁଚାପର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ୨୫ ତାରିଖ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା,କଟକ, ଢେଙ୍କାନାଳ ଆଦି ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପରବର୍ତ୍ତୀ ୨ ଦିନରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୭ ଓ ୨୮ ତାରିଖ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Popular Articles