1. Big News-ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
59
ଜିଲ୍ଲାପାଳ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୦/୦୭) : ଜିଲ୍ଲାପାଳଙ୍କ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 07 10 at 17.36.09 1. Big News-ଡୁଙ୍ଗୁରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି, ସାମୁହିକ ଦରଖାସ୍ତ ୧୦ଟି ଗ୍ରହଣ କରାଯାଇ ଥିବାବେଳେ ଶିବିରରେ ୫୪ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଛି l ଗ୍ରହଣ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ପୁରୁଷୋତ୍ତମ ମିର୍ଦ୍ଧା, ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l