Advertisements
Monday, July 6, 2020
Home Cultural & Festival ଋଥଯାତ୍ରାକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ, ଥାନାରେ ମାମଲା, ୩ ଅଟକ

ଋଥଯାତ୍ରାକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ, ଥାନାରେ ମାମଲା, ୩ ଅଟକ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //
କଳାହାଣ୍ଡି (୨୪.୦୬.୨୦୨୦): କଳାହାଣ୍ଡି ଜିଲ୍ଲାରେ ରଥଯାତ୍ରକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେବା ପରେ ସମଗ୍ର ଜଗନ୍ନାଥ ପ୍ରେମୀ ମହଲରେ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । କୋଭିଡ-୧୯ ପରିପ୍ରେକ୍ଷୀରେ ସମଗ୍ର ରାଜ୍ୟରେ ରଥଯାତ୍ରା ପାଇଁ ନାନା କଳ୍ପନା ଜଳ୍ପନା ଜାରିରହିଥିବା ବେଳେ କୋଟୀ କୋଟୀ ଜଗନ୍ନାଥ ପ୍ରେମୀ ଉଦବେଗର ସହିତ ମାନ୍ୟବର ସୁପ୍ରିମ କୋର୍ଟ ରାୟକୁ ଅପେକ୍ଷା କରିରହିଥିଲେ ।

ସେସମୟରେ କଳାହାଣ୍ଡି ନୁ୍ୟଜ ନାମକ ହ୍ୱାଟସଆପ ଗ୍ରୁପରେ ପିଂଟୁ ନାମକ ଜଣେ ଯୁବକ ରଥଯାତ୍ରାକୁ ନେଇ ଅଶାଳୀନ ମନ୍ତବ୍ୟ ଦେଇଥିବାରୁ ଏଭଲି ମନ୍ତବ୍ୟ କଦାପି ସଭ୍ୟ ସମାଜକୁ ଗ୍ରହଣୀୟ ନୁହେଁ ଏବଂ ଏହା ସାଢେ ଚାରିକୋଟୀ ଓଡିଆଙ୍କ ଆଧ୍ୟତ୍ମିକ ଭାବନାକୁ ଆଘାତ କରିଥିବା ଅଭିଯୋଗ କରି ଏଭଲି ଆପତିଜନକ ମନ୍ତବ୍ୟ ପ୍ରଦାନ କରିଥିବା ବ୍ୟକ୍ତି ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କଳାହାଣ୍ଡି ଭାଜପା ଯୁବମୋର୍ଚ୍ଚା ସାଧାରଣ ସଂପାଦକ ମୁକେଶ ଅଗ୍ରୱାଲ ଏବଂ ଉପସଭାପତି ହିମାଂଶୁ ପଣ୍ଡା ଭବାନୀପାଟଣା ଟାଉନ ଥାନାରେ ଅଭିଯୋଗ ଦାଖଲ କରିଥିଲେ । ସେହିପରି କୋକସରା ହିନ୍ଦୁ ସଙ୍ଗଠନର ଗୋଦାବରୀଶ ପାତ୍ର ଏବଂ ଜନ୍ମେଜୟ ଦାସ ଏହି ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିଥିବା ବ୍ୟକ୍ତିକୁ ଆଇନ ଅନୁସାରେ ଦଣ୍ଡିତ କରିବାକୁ କୋକସରା ଥାନାରେ ଏକ ମାମଲା ଦାଏର କରିଥିଲେ ।

ଏ ସଂପର୍କରେ କୋକସରା ଥାନାରେକେଶ ନଂ.୧୨୪/୨୦ ଦଫା ୧୫୩/୫୦୦/୨୯୫/୨୯୫(ଏ)/୫୦୬/୩୪ ଆଇପିସି ଏବଂ ୬୬ (ଏ) ଆଇଟି ଆକ୍ଟ ଅନୁସାରେ ଏକ ମାମଲା ରୁଜ୍ଜୁ କରାଯାଇ ଅନୁସନ୍ଧାନ କରୁଥିବା କୋକସରା ଆଇଆଇସି ବାସୁଦେବ ଛତ୍ରୀଆ ପ୍ରକାଶ କରିଛନ୍ତି । ଘଟଣାର ଅନୁସନ୍ଧାନ କରାଯାଇ ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିଥିବା ଟେମରା ପଂଚାୟତ ଅନ୍ତର୍ଗତ କର୍ଲାଗୁଡା ଗ୍ରାମର ପିଂଟୁ ଓରଫ ଦେବେନ୍ଦ୍ର ଛତ୍ରୀଆ (ବୟସ ୧୭ ବର୍ଷ ୯ମାସ) ଏବଂ କଳାହାଣ୍ଡି ନୁ୍ୟଜ ହ୍ୱାଟସଆପ ଗ୍ରୁପର ଆଡମିନ ଥିବା ଚାରବାହାଲ ଗ୍ରାମର ସୁବଳ ସିଂ (୨୦) ତଥା ସୂରଜ ସିଂ (୧୬) କୁ କୋକସରା ଥାନାରେ ଅଟକ ରଖାଯାଇ ତଦନ୍ତ ଜାରି ରହିଥିବା ପୋଲିସ ସୂତ୍ରରୁ ପ୍ରକାଶ । ନାବାଳକ ମାନେ ଏଭଲି ଭାବେ ହ୍ୱାଟସଆପ ଗ୍ରୁପ ମାଧ୍ୟମରେ ଜଗନ୍ନାଥଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଉଥିବା ଘଟଣାକୁ ବୁଦ୍ଧିଜୀବି ମହଲରେ ସହଜରେ ଗ୍ରହଣୀୟ ହୋଇପାରୁନାହିଁ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: