Advertisements
Friday, July 3, 2020
Home District News ନିମ୍ନମାନର ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ ଅଭିଯୋଗରେ ଦୁଇଯନ୍ତ୍ରୀ ନିଲମ୍ବିତ

ନିମ୍ନମାନର ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ ଅଭିଯୋଗରେ ଦୁଇଯନ୍ତ୍ରୀ ନିଲମ୍ବିତ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //
କଳାହାଣ୍ଡି (୨୭.୦୬.୨୦୨୦): କଳାହାଣ୍ଡି ଜିଲ୍ଲାରେ ନିମ୍ନ ମାନର ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ ଅଭିଯୋଗରେ ମୂଖ୍ୟଯନ୍ତ୍ରୀ ସରଜମିନ ତଦନ୍ତ କରି ଦୁଇଜଣ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ଡିଭିଜନ ଅଧିନରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ନିର୍ମାଣ ହେଉଥିବା କେନ୍ଦୁଗୁଡା- ପାଇକପଡା ରାସ୍ତା ଅତ୍ୟନ୍ତ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଥିଲା ।

ଦୀର୍ଘ ୧୫ କି.ମି.୭୦୦ ମି. ଦୈର୍ଘ ସାନକେନ୍ଦୁଗୁଡା-ପାଇକପଡା ଭାୟା ଜୟନ୍ତପୁର ରାସ୍ତା ୪କୋଟୀ ୯୦ ଲକ୍ଷ ୬୫ ହଜାର ଟଙ୍କା ଅଟକଳରେ ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣାପଡିଛି । ଅଭିଯୋଗରୁ ପ୍ରକାଶ ଯେ, କେନ୍ଦୁଗୁଡା- ପାଇକପଡା ରାସ୍ତାରେ ଠିକାସଂସ୍ଥା ପକ୍ଷରୁ ଅତ୍ୟନ୍ତ ନିମ୍ନମାନର ହୋଇଥିବା ଅଭିଯୋଗ କରି ସ୍ଥାନୀୟ ଗ୍ରାମବାସୀ ଗତ ମଇ ମାସ ୯ ତାରିଖ ଦିନ କାମ ବନ୍ଦ କରିଦେଇଥିଲେ । ଏଷ୍ଟିମେଟ ଅନୁସାରେ ଥିବା ଥିକନେସ ଅନୁଯାୟୀ ପିଚୁ କାମ ହୋଇନଥିବା ବେଳେ ପିଚୁ ପକାଇବା ପୂର୍ବରୁ ଆବଶ୍ୟକୀୟ ସାମଗ୍ରୀ ରାସ୍ତାରେ ବ୍ୟବହାର କରାଯାଇନଥିଲା କିମ୍ବା ସେଭଲି କିଛି ବ୍ୟବସ୍ଥା କରାଯାନଥିଲା । ଫଳତଃ ପିଚୁ ପକାଇବାର ୪ ଦିନ ପରେ ମଧ୍ୟ ହାତରେ କାଢିଦେଲେ ମଧ୍ୟ ରାସ୍ତା ଉପରୁ ପିଚୁ ବାହାରି ଯାଉଥିବା ଦେଖାଯାଉଥିଲା । ଲାଭଖୋର ମନୋବୃତି ରଖି ଯେଣତେଣ ପ୍ରକାରେ ରାସ୍ତା କାମ ସାରି ଦେବାକୁ ଠିକାସଂସ୍ଥା ଯୋଜନା କରି କାମ କରୁଥିବା ବେଳେ ଦାୟୀତ୍ୱରେ ଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ସୁମିତ ମିଞ୍ଜ ଓ କନିଷ୍ଠ ଯନ୍ତ୍ରୀ କେଶବ ନାୟକ ଠିକାସଂସ୍ଥାକୁ ସହେଯାଗ କରୁଥିଲେ । ଏପରିକି କାର୍ଯ୍ୟସ୍ଥଳରେ ଗ୍ରାମବାସୀ ଅଭିଯୋଗ କଲେ ମଧ୍ୟ ସଂପୃକ୍ତ ଯନ୍ତ୍ରୀଦ୍ୱୟ ଚୁପ ରହିଯାଉଥିବା ଅଭିଯୋଗ ହୋଇଥିଲା । ଗ୍ରାମବାସୀଙ୍କ ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ମୂଖ୍ୟଯନ୍ତ୍ରୀ ଘଟଣାସ୍ଥଳକୁ ସରଜମିନ ତଦନ୍ତ କରିବା ପାଇଁ ଆସି ସତ୍ୟାସତ୍ୟ ଅନୁସନ୍ଧାନ କରିବା ପରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ମୂଖ୍ୟଯନ୍ତ୍ରୀ ପତ୍ରସଂଖ୍ୟା ୧୨୦୯୦/୨୨.୦୬.୨୦୨୦ ଅନୁସାରେ ଉକ୍ତ ରାସ୍ତା ଦାୟୀତ୍ୱରେ ଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ସୁମିତ ମିଞ୍ଜ ଓ କନିଷ୍ଠ ଯନ୍ତ୍ରୀ କେଶବ ନାୟକଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

ଭଳ କରି ନାଆ ବାହାରେ ନାଉରୀ ଝିଅକୁ ମାଡୁଛି ଡର…

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ଭଲ କରି ନାଆ ବାହାରେ ନାଉରୀ ଝିଅକୁ ମାଡୁଛି ଡର…ଏ କେଉଁ ପୁରାତନ କାଳିଜାଇରେ ସଂଧ୍ୟାର ଦୃଶ୍ୟ ନୁହେଁ। ରାଜ୍ୟ...

୭୧ ତମ ବନ ମହୋତ୍ସବ ସପ୍ତାହ ପାଳନ, କଲ୍ୟାଣସିଂପୁର

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ତହସିଲ କାର୍ଯ୍ୟ ଳୟ ପରିସରରେ ୭୧ ତମ ବନ ମହୋତ୍ସବ...

Recent Comments

%d bloggers like this: