Advertisements
Monday, July 6, 2020
Home District News ମେଦିନୀପୁର ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ମେଦିନୀପୁର ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //
କଳାହାଣ୍ଡି (୨୭/୦୬/୨୦୨୦): କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ମେଦିନୀପୁର ପଞ୍ଚାୟତ ଅଫିସ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ସଦର ଥାନା ଅଧିକାରୀ ପ୍ରଦୀପ କୁମାର ଧରୁଆ, ଏସ. ଆଇ. ବ୍ରଜକିଶୋର ଦୁରିଆ, ଥାନା କର୍ମଚାରୀ, ସ୍ଥାନୀୟ ସମାଜସେବୀ ପ୍ରମୁଖ ଉପସ୍ଥିତ ଥିଲେ ଓ ଶିବିରରେ COVID-19 କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା।

ଏହି ରକ୍ତଦାନ ଶିବିରରେ ୫୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଏହି ଶିବିରରେ ସ୍ଥାନୀୟ ସମାଜସେବୀ ଆଦିତ୍ୟ ସା, ବିରଞ୍ଚି ରଥ, ଛନ୍ଦାଚରଣ ରଥ, ବିଶାଲ ପଟ୍ଟନାୟକ, ଦେବେନ୍ଦ୍ର ସାହୁ, ସଞ୍ଜୀବ ପଟ୍ଟନାୟକ, ମୋତିଲାଲ ସିଂ ସମେତ ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ। ଏହି ଶିବିରରେ ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ। ରକ୍ତଦାତା ମାନଙ୍କୁ ଜିଲ୍ଲା ପୋଲିସ ପକ୍ଷରୁ ସାନିଟାଇଜ କରାଯାଇ ମାସ୍କ ବଣ୍ଟନ କରାଯାଇଥିଲା।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: