Advertisements
Friday, July 3, 2020
Home headline ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ରିପୋର୍ଟ: ମାନସ ରଞ୍ଜନ ରାଉତ //
କଳାହାଣ୍ଡି (୨୯/୦୬): ମହାମାରୀ କରୋନା ସହିତ ସଂଗ୍ରାମ କରୁଛନ୍ତି ଦେଶବାସୀ । କାମଧନ୍ଦା ନ ପାଇ ଲୋକଙ୍କ ଆର୍ଥିକ ସ୍ଥିତି ବିଗିଡ଼ିବାରେ ଲାଗିଛି । ଖରିପ ଚାଷ ପାଇଁ ଚାଷୀମାନେ ପ୍ରସ୍ତୁତ ହେଉଥିବା ବେଳେ ଡିଜେଲ ଚାଳିତ କୃଷିଯନ୍ତ୍ରପାତିର ଭଡା ଦର ମଧ୍ୟ ବୃଦ୍ଧି ପାଉଛି ।

ଏବେ ସମୟ ଏପରି ହୋଇଯାଇଛି ଯେ, ଡିଜେଲ ଓ ପେଟ୍ରୋଲର ଲଗାତାର ଦର ବୃଦ୍ଧିକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷର ବାତାବରଣ ଦେଖାଯାଇଛି । ୨୦ ଦିନ ଭିତରେ ୧୨ ଥର ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ବିରୋଧ କରି ରାଜ୍ୟ ସାରା ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ ।

କେନ୍ଦ୍ର ସରକାର ଏହି ଅହେତୁକ ତେଲ ଦର ବୃଦ୍ଧି ପ୍ରତ୍ୟାହାର କରିବା ପାଇଁ ଆଜି କୋକସରା କଂଗ୍ରେସ ପକ୍ଷରୁ ବିଡ଼ିଓ ମନୀଷା ଦାସଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମରେ ଯୁବ କଂଗ୍ରେସ ନେତା ରାଜେନ୍ଦ୍ର ନାଏକ, ଦିଗାମ୍ବର ଦୁରିଆ, ତ୍ରିଭୁବନ ନାଏକ, ନବୀନ ନାଏକ ଅଭିମନ୍ୟୁ ପଟ୍ଟନାୟକ, ଘନଶ୍ୟାମ ଜାଲ, ଖଗେଶ୍ୱର ସାଗର, ତୁଲାରମା ସୁନାନୀ, ମହେନ୍ଦ୍ର ଧାରୁଆ, ଯୋଗା ନାଏକ, ଭଜମାନ ବେମାଲ, ସନ୍ତ କୁମାର ନାଏକ, ତ୍ରିବେଣୀ ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

କଂଗ୍ରେସର ଚେତାବନୀ ତୈଳଦର ହ୍ରାସ ନ ହେଲେ ଆନ୍ଦୋଳନ ହେବ

ରିପୋର୍ଟ : ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ସାରା ବିଶ୍ୱ ଏବେ ମହାମାରୀ କରୋନା କବଳରେ କବଳିତ ହୋଇପଡିଛି । ଜୀବନ ସଂଗ୍ରାମରେ ସମସ୍ତେ କାଳାତିପାତ କରୁଥିବାବେଳେ ଅନେକ...

ରାୟଗଡ ଜିଲ୍ଲାପାଳ ଗୁଣପୁର ଗସ୍ତ ଓ କୋଭିଡ଼ି ସ୍ଥିତିକୁ ସମୀକ୍ଷା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା/ଗୁଣପୁର (ତା.୩/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଗୁଣପୁର ଗସ୍ତ ସମୟରେ ରାମନଗୁଡାସ୍ଥିତ ଅସ୍ଥାୟୀ ସଙ୍ଗ ରୋଧ କେନ୍ଦ୍ର ପରିଦର୍ଶନ...

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ...

କୋଦଳା ପୋଲିସ ଦ୍ୱାରା ବିଭିନ୍ନ ରାସ୍ତା ସିଲ୍

ରିପୋର୍ଟ: ରାକେଶ କୁମାର ମହାରଣା //କୋଦଳା(୦୩/୦୭): କରୋନା ମହାମାରୀ ପାଇଁ ସାରାରାଜ୍ୟ ଲକ ଡାଉନ ଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଛି |...

Recent Comments

%d bloggers like this: