ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର

0
48

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୪/୦୭) : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି ।

ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ । ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।