1. Big News: ରାୟଗଡା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
71
ରାୟଗଡା

ରିପୋର୍ଟ : ଗୋପୀନାଥ ଗୌଡ଼

ରାୟଗଡା/ଗୁଣପୁର, (୨୪/୦୭) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡ଼ାରି ବ୍ଲକ କଦମା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2023 07 24 at 17.26.42 1. Big News: ରାୟଗଡା ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡା ଜିଲ୍ଲାପାଳ ସ୍ଵଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଷ୍ଣୁ ପ୍ରସାଦ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ , ଧର୍ମାନନ୍ଦ ବେହେରା, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ଗୁଣପୁର ଆଦିବାସୀ ଉନ୍ନୟନ ସସ୍ଥା, ପ୍ରକଳ୍ପ ପ୍ରଶାସକ ଶାନ୍ତିପ୍ରଭା ପ୍ରଧାନ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

ଆଜି ମୋଟ ୬୪ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୬ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୮ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୬୦ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ । ଜଣେ ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ତିନି ଜଣଙ୍କୁ ୧୦ ହଜାର ଲେଖାଏଁ ୩୦ ହଜାର ଟଙ୍କା ଓ ଜଣଙ୍କୁ ରେଡ଼କ୍ରସରୁ ୭ ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ ।

ଏହି ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ଗୁଡ଼ାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଅନିଶା ଦାସ, ତହସିଲଦାର ଭାରତୀ ଦେବୀ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଏଲ ସନ୍ତୋଷ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ ଉଠା ଜଳସେଚନ, ଗୁଡ଼ାରି ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଅଭିଯୋଗ ଗୁଡିକରେ ବିଶେଷ କରି ରାସ୍ତା, ପାନୀୟ ଜଳ, ବିଦ୍ୟୁତିକରଣ, ଘର ବାରି ପଟ୍ଟା ପ୍ରଦାନ, କଲ୍ୟାଣ ମଣ୍ଡପ ନିର୍ମାଣ ଆଦି ନିମନ୍ତେ ଦରଖାସ୍ତ ଆସିଥିବା ଜଣା ପଡ଼ିଥିଲା । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କଦମା ପଞ୍ଚାୟତ ନିର୍ବାହୀ ଅଧିକାରୀ, ଗ୍ରାମ ରୋଜଗାର ସେବକ, ଯୋଗାଣ ସହାୟକ ପ୍ରମୁଖ ପରିଚାଳନା କରିଥିଲେ ।