1. Big Crime News: ପୋଲିସର ତଦନ୍ତ ଜାରି- ଶୋଇଥିବା ଅବସ୍ଥାରେ ଶାବଳରେ ଆକ୍ରମଣ କଲେ ପଡୋଶୀ

0
62
ପୋଲିସର ତଦନ୍ତ ଜାରି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡା, (୨୫/୦୭) : ପୋଲିସର ତଦନ୍ତ ଜାରି- ଗୁଣି ଗାରେଡି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା ଅଭିଯୋଗ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ତପାଟଣା ଗାଁରେ ଘଟିଛି ଅଭାବନୀୟ ଘଟଣା । ମୃତକ ମଣି ଚରଣ ସାହୁ ।

ପୋଲିସର ତଦନ୍ତ ଜାରି- ରାତି ଶୋଇଥିବାବେଳେ ପଡୋଶୀ ଅଜୁ ମହାରଣା ଓ ତାଙ୍କ ଦୁଇପୁଅ ବିପିନି ମହାରଣା ଓ ଗୁନୁଆ ମହାରଣା ଘର କବାଟ ଭାଙ୍ଗି ଶାବଳରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ମଣିଚରଣଙ୍କୁ ପ୍ରଥମେ ପଟ୍ଟାମୁଣ୍ଡାଇ ମେଡିକାଲ ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରଥିଲେ । ଏନେଇ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।