Saturday, August 8, 2020
Home Corona Virus Awereness ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ ର ସମସ୍ତ କରୋନା ଯୋଦ୍ଧା ଙ୍କୁ ବିଜେପି ବରଗଡ଼ ଜିଲ୍ଲା ପ୍ରତିନିଧି ଲଲିତ ଜଗତ ଙ୍କ ନେତୃତ୍ବରେ ସାମାଜିକ ଦୂରତା ରକ୍ଷା କରି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କରାଯାଇଥିଲା l

ମୁଖ୍ୟ ଅତିଥି ଭାବେ ପଦ୍ମପୁରର ପୂର୍ବତନ ବିଧାୟକ ତଥା ରାଜ୍ୟ କୃଷକ ମୋର୍ଚ୍ଚା ର ସଭାପତି ଶ୍ରୀ ପ୍ରଦୀପ ପୁରୋହିତ ଉପସ୍ଥିତ ରହି ସମସ୍ତ କରୋନା ଯୋଦ୍ଧା ଙ୍କୁ ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଆହ୍ଵାନ କ୍ରମେ ସମସ୍ତ ଡାକ୍ତର, ସ୍ଵାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ, ଓ ଆଶା କର୍ମୀ ମାନଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ l ଏହି ମହାମାରୀ କରୋନା ଭାଇରସ ପାଇଁ ରାଜ୍ଯ ଦେଶ ତଥା ସାରା ବିଶ୍ୱ ଲକ ଡାଉନ୍ l କିନ୍ତୁ ସମସ୍ତ ଡାକ୍ତର, ସ୍ଵାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ ମାନେ ନିଜ ଜୀବନକୁ ବାଜି ଲଗାଇ ନିଃସ୍ୱାର୍ଥ ଭାବେ ସେବା କରୁଛନ୍ତି l ସେମାନେ ହେଉଛନ୍ତି ପ୍ରକୃତ ଯୋଦ୍ଧା l ମାଣ୍ଡୋସିଲ ହସ ପିଟାଲ ର ଡାକ୍ତର ଅନିତା ମିଶ୍ର, ଡାକ୍ତର ପ୍ରାଣ କୃଷ୍ଣ ଭଦ୍ର ଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା l କାର୍ଯ୍ୟକ୍ରମ ରେ ବିରଞ୍ଚି ବେହେରା, କଳାକାହ୍ନୁ ପ୍ରଧାନ, ସୁବାସ ରଣା, ଦୁଃଶାସନ କୁମ୍ଭାର, ଗଜାନନ ପଟେଲ, ଶ୍ରୀକାନ୍ତ ମିଶ୍ର, ସୁବାସ ହଂସ , ରାଜେନ୍ଦ୍ର ସେଠ୍ ଉପସ୍ଥିତ ଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: