Sunday, August 9, 2020
Home Corona Breaking ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ପରେ କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା

ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ପରେ କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟଡାଉନ୍ ଘୋଷଣା

ରିପୋର୍ଟ: ମାନସ ରଞ୍ଜନ ରାଉତ //
କଳାହାଣ୍ଡି (୦୫/୦୭): କଳାହାଣ୍ଡି ଜିଲ୍ଲା କଲମପୁର ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ। ଏହି ପଞ୍ଚାୟତର ଗଞ୍ଜେଇଗୁଡ଼ା, ବରଗାଁ, ସାଗବାରି, କେଶବାଲି ଓ କଲମପୁର ଗାଁକୁ ଆଜିଠୁ ୩ ଦିନ ପାଇଁ ଶଟ୍‌ଡାଉନ୍‌ କରାଯାଇଛି।


ଏହି ଉପାନ୍ତ ଅଞ୍ଚଳରୁ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ପରେ ସରପଞ୍ଚ ମୀନା କୁମାରୀ ମାଝି ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ସଂପୃକ୍ତ କରୋନା ଆକ୍ରାନ୍ତଙ୍କୁ ଭବାନୀପାଟଣା କୋଭିଡ୍‌ ଡାକ୍ତରଖାନାକୁ ସ୍ଥାନାନ୍ତର କରଯାଇଛି। ଏଥିସହ ସ୍ଥାନୀୟ ସଂକ୍ରମଣ ଆଶଙ୍କାରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ‌ ଟ୍ରେସିଂକୁ ଜୋରଦାର କରାଯାଇଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: