Thursday, October 1, 2020
Home Death Case ଯୁବକକୁ ପିଟିପିଟି ହତ୍ୟା, ଜଣେ ଅଟକ

ଯୁବକକୁ ପିଟିପିଟି ହତ୍ୟା, ଜଣେ ଅଟକ

ରିପୋର୍ଟ: ବିମଳେନ୍ଦୁ ସାହୁ //
ଲୋଇସିଂହା(୦୮/୦୭): ଲୋଇସିଂହା ବ୍ଲକ ତଥା ବଲାଂଗୀର ସଦର ଥାନା ଅଧିନ ବାଦୀମୁଣ୍ଡା ଗ୍ରାମରେ ମଙ୍ଗଳବାର ରାତିରେ ଜନୈକ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି ।

ମୃତ ଯୁବକ ଜଣକ ହେଲେ ସେହି ଗାଁର ପିଛାଲୁ ନାୟକଙ୍କ ପୁଅ ସୁରେସନ(୨୬) ।ଗତକାଲି ରାତିରେ ନିଜ ସାଙ୍ଗମାନଙ୍କ ସହିତ ସୁରେସନ ସ୍ଥାନୀୟ ବନ୍ଧ ଆଡିରେ ବସି ମଦ ପିଉଥିଲେ । କୌଣସି କାରଣରୁ ସେଠାରେ ବଚସା ହେବା ପରେ ସୁରେସନଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହିତ ଗୁଦାମ ଭୋଇ ନାମକ ଯୁବକକୁ ଅଟକ ରଖି ପଚରାଉଚୁରା ଚଳାଇ ଥିବା ବେଳେ ଶ୍ରବଣ ଦାସ ନାମକ ଯୁବକ ଫେରାର ଥିବା ପୋଲିସ ପ୍ରକାଶ କରିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: