Sunday, August 9, 2020
Home Corona Breaking ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //
କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା ସଂକ୍ରମକଙ୍କ ସଂଖ୍ୟା ବୃଦ୍ଧି ହେଉଛି।

ଏଣୁ ଏକାଧିକ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବା ହେତୁ ଉକ୍ତ ବ୍ଲକର ଜଗତି ପଞ୍ଚାୟତକୁ ଜିଲ୍ଲାପାଳ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ଏତତ ବ୍ୟତୀତ ଉକ୍ତ ବ୍ଲକର ବି.ଜଗନ୍ନାଥପୁର, ଖଣ୍ଡିଆନଇ,ଦେଉଳିଆପଡା, ଗେଂଜରାପଲ୍ଲୀ ଓ କେ.ମର୍ଦ୍ଦରାଜପୁର କୁ ବଫର ଜୋନ ଘୋଷଣା କରାଯାଇଛି।ଏନେଇ ଏକ ନକ୍ସା ମଧ୍ୟ ପ୍ରସ୍ତୁତ କରାଯାଇଛି। ଏଥିସହ ଏହି ଜୋନର ସମସ୍ତ ସରକାରୀ ଓ ବେସରକାରୀ ଅଫିସ ଖୋଲିବାକୁ ବାରଣ କରାଯାଇଛି, ନିଜେ ସଚେତନ ହେବାକୁ କୁହାଯାଇଛି।ଗ୍ରାମର ପୋଖରୀରେ ଗାଧୋଇବାକୁ ମଧ୍ୟ ପ୍ରଶାସନ ତରଫରୁ ବାରଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଘରୁ ବାହାରକୁ ବାହାରିବାକୁ ମଧ୍ୟ ବାରଣ କରାଯାଇଛି ଓ ସଦସର୍ଵଦା ମାସ୍କ ପରିଧାନ କରିବାକୁ କୁହାଯାଇଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: