ରାଜ୍ୟ ପାଣିପାଗରେ ବଡ ପରିବର୍ତ୍ତନ

0
55

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୩୦/୦୭) : ରାଜ୍ୟ ପାଣିପାଗରେ ବଡ ପରିବର୍ତ୍ତନ। ମୌସୁମୀ ଆସିଛି କିନ୍ତୁ ଗରମ କମିନି । ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେଉଛି ।

ଜୁନ ୧ ରୁ ୨୯ ଜୁଲାଇ ମଧ୍ୟରେ ରାଜ୍ୟରେ ୪୬୧.୯ ମିମି ବର୍ଷା ହୋଇଥିବା ବେଳେ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ୨ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।