Sunday, August 9, 2020
Home Corona Virus Awereness ରାୟଗଡ ଜିଲ୍ଲାପାଳ ଙ୍କ ବ୍ଲକ ଗସ୍ତ ଓ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଧ୍ୟାନ

ରାୟଗଡ ଜିଲ୍ଲାପାଳ ଙ୍କ ବ୍ଲକ ଗସ୍ତ ଓ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଧ୍ୟାନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା (ତା.୯/୭): ରାୟଗଡ ଜିଲ୍ଳାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ରାୟଗଡା ବ୍ଲକର ବିଭିନ୍ନ ସ୍ଥାନରେ ଗତକାଲି ତା.୮.୭.୨୦ରିଖଦିନ ଅଚାନକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ କରିଛନ୍ତି ।

କରୁବାଇ ଗ୍ରାମ ପଞ୍ଚାୟତ ଗସ୍ତ ସମୟରେ ଜନତା ଅଙ୍ଗନବାଡି କେନ୍ଦ୍ରକୁ ଯାଇ ସେଠାରେ ଚାଲିଥିବା ଟିକାଦାନ କାର୍ଯ୍ୟ ଅନୁଧ୍ୟାନ କରିବା ସହ ଅଙ୍ଗୱାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ବିଶେଷ କରି କରୋନାମୁକାବିଲା ସମ୍ବନ୍ଧରେ ଜନସଚେତନକୁ ବ୍ୟାପକ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । ଏହାପରେ ଜିଲ୍ଳାପାଳ ଡାଙ୍ଗଲୋଡ଼ ଗ୍ରାମ ପଂଚାୟତ ଓ ପିପିଲଗୁଡା ଗ୍ରାମ ପଂଚାୟତ ଗସ୍ତ କରିଥିଲେ ଏବଂ ବିଭିନ୍ନ କାର୍ଯ୍ୟକ୍ରମ ଗୁଡାକ ଅନୁଧ୍ୟାନ କରି ସେଠାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମ୍ବନ୍ଧରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଆଲୋଚନା କରିଥିଲେ।

କରୋନା ପାଇଁ ସାମଜିକ ଦୂରତା ବଜାୟ ରଖିବା, ମାସ୍କ ବ୍ୟବହାର କରିବା, ଆବଶ୍ୟକ ନହେଲେ ଗାଁରୁ ବାହାରକୁ ନଯିବା ନିମନ୍ତେ, ଜନ ସାଧାରଣଙ୍କୁ ବୁଝାଇବାକୁ କହିଥିଲେ। ଏହାପରେ ସେଠାରେ କରୋନା ପରିଚାଳନା ସମ୍ଵନ୍ଧରେ ଆଶା ଓ ଅଙ୍ଗନବାଡ଼ି କର୍ମୀ ମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଯାଇ କରୋନା ମୁକାବିଲାରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: