Friday, March 29, 2024

Top 5 This Week

Related Posts

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୩୧/୦୭) : ଲଘୁଚାପ ଏବେ ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଥିବା ଶ୍ରୀଗଙ୍ଗାନଗର, ରୋହତକ, ଲକ୍ଷ୍ନୌ, ଗୟା, ରାଞ୍ଚି ଦେଇ ଦକ୍ଷିଣ-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିଛି ।

ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଥିବା ବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପୁରୀ, ଜଗତସିଂପୁର, ଢେଙ୍କାନାଳ, ଅନୁଗୋଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Popular Articles