Thursday, October 1, 2020
Home Corona Lockdown ଆୟୁଷ ଡାକ୍ତର ଙ୍କ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା, ଗଂଜାମ

ଆୟୁଷ ଡାକ୍ତର ଙ୍କ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା, ଗଂଜାମ

ରିପୋର୍ଟ: ରାକେଶ ମହାରଣା //
କୋଦଳା(୧୪/୦୭): ଓଡିଶା ସରକାର ଏବଂ ଗଂଜାମ ଜିଲ୍ଲା ପ୍ରଶାସନ ର ନିର୍ଦ୍ଦେଶ କ୍ରମେ କରୋନା ର ଭୟାବହତା କୁ ଦମନ କରିବା ପାଇଁ ଗଂଜାମ ଜିଲ୍ଲା ରେ ପ୍ରାୟ ୨୦୦ ଆୟୁଷ ଡାକ୍ତର ସହରାଞ୍ଚଳ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ଘର କୁ ଘର ବୁଲି କରୋନା ସନ୍ଦିଗ୍ଧ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି।

କୋଦଳା ବିଜ୍ଞାପିତ ପରିଷଦ ରେ ଏହି କାର୍ଯ୍ୟ ଗତ ୮ ତାରିଖ ରୁ ଆରମ୍ଭ ହୋଇଯାଇଛି ଏବଂ ଏହା ୧୨ ତାରିଖ ଯାଏଁ ଚାଲିଥିଲା।ପ୍ରକାଶ ଥାଉ କି ଅଦ୍ୟାବଧି ପ୍ରାୟ ୫୦ ଜଣ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି। ଏବଂ ୧୨ ଜଣ କରୋନା ରେ ସଂକ୍ରମିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫ ରୁ ଜଣା ପଡ଼ିଛି ।ଏହି ସ୍ୱାସ୍ଥ୍ୟ ଯାଂଚ କାର୍ଯ୍ୟକ୍ରମ କୁ ୫ ଜଣ ଆୟୁଷ ଡାକ୍ତର ସଫଳତା ର ସହ ସମ୍ପାଦନ କରିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୋଦଳା ରୁ ଡା ଜୟଦେବ ନାୟକ,ଡା ମୈତ୍ରୀ ସଂଘମିତ୍ରା ଓ ଡା ଅନନ୍ତ ନାରାୟଣ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବେଗୁନିଆପଡ଼ା ରୁ ଡା ସଞ୍ଜୟ କୁମାର ସାହୁ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଡା ବନଜା ମହାପାତ୍ର ଏହି କାର୍ଯ୍ୟ ରେ ନିୟୋଜିତ ଥିଲେ। ଏଥିରେ ସ୍ଥାନୀୟ ଅଂଚଳ ର ସମସ୍ତ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ଭରପୁର ସହଯୋଗ କରିଥିଲେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: