Sunday, August 9, 2020
Home Corona Lockdown ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //
ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବୈପାରୀଗୁଡା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

କିନ୍ତୁ ଗ୍ରାମାଞ୍ଚଳ ମାନଙ୍କରେ କେତେକାଂଶକୁ ଛାଡିଦେଲେ ଅଧିକାଂଶ ସ୍ଥାନରେ କଵିଡ ୧୯ ନିୟମକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି l ଏହି ଚିତ୍ରଟି ପଞ୍ଚାୟତ ସ୍ତରରେ ଚାଉଳ ବଣ୍ଟନ ସମୟରେ ପ୍ରତିଥର ଦେଖିବାକୁ ମିଳୁଛି l ସାମାଜିକ ଦୂରତା ନ ମାନିବା ସହ ମାସ୍କ ପିନ୍ଧୁନଥିବା ଦେଖିବାକୁ ମିଳୁଛି। ତତ୍ ସହ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି। ପ୍ରତ୍ୟେକ ଦିନ ପ୍ରଶାସନ ପକ୍ଷରୁ ସାମାଜିକ ସଚେତନ କରେଇ ଆସୁଛନ୍ତି । ଏବଂ ଏଥି ନିମନ୍ତେ ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ଅବଲମ୍ବନ ସହ ବାରମ୍ବାର ହାତ ଧୋଇବାକୁ ପରାମର୍ଶ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ସରକାରଙ୍କ ତରଫରୁ ଜୁଲାଇ ୩୧ ତାରିଖ ଯାଏଁ ଲକଡାଉନ ମଧ୍ୟ ଜାରି କରାଯାଇଛି। ଜରୁରୀ କାମ ଥିଲେ ହିଁ ଘରୁ ବାହାରିବାକୁ ପରାମର୍ଶ ଦିଆଯାଇଛି, ଯଦି ବି ଘରୁ କେହି ବାହାରନ୍ତି ମୁହଁରେ ମାସ୍କ ପରିଧାନ ସହ ସାମାଜିକ ଦୂରତ୍ୱ ଅବଲମ୍ବନ ନିମନ୍ତେ କୁହାଯାଇଛି । କିନ୍ତୁ ବୈପାରୀଗୁଡା ଅଂଚଳରେ ଖୁଲାମଖୁଲା ସାମାଜିକ ଦୂରତା ନ ମାନିବା ସହ ମାସ୍କ ପିନ୍ଧୁନଥିବା ଲାଗି କରୋନାକୁ ନିଜର କାୟା ବିସ୍ତାର ପାଇଁ ସୁଯୋଗ ମିଳୁଛି l ଦିନକୁ ଦିନ ସ୍ଥାନୀୟ ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଵୃଦ୍ଧି ପାଇବା ସତ୍ୱେ ମଧ୍ୟ କାହାରି ନିଘା ନାହିଁ, ଏଣୁ ଏ ଦିଗରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଦୃଷ୍ଟି ପ୍ରଦାନ କରିବାକୁ ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: