Saturday, August 8, 2020
Home Corona Lockdown କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

କଳାହାଣ୍ଡିରେ ପୁଣି ଦୁଇ କରୋନା ପଜିଟିଭ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ପଦକ୍ଷେପ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //
କଳାହାଣ୍ଡି (୧୫.୦୭.୨୦୨୦): କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ଦୁଇ କରୋନା ପଜିଟିଭ ରିପୋର୍ଟ ଆସିଥିବା ଜିଲ୍ଲାପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଜଣେ ଦିଲ୍ଲୀ ଫେରନ୍ତା ଙ୍କ ପଜିଟିଭ ବାହାରିଥିବା ବେଳେ ଆର ଜଣକ ଅନ୍ୟ ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଯାଇଥିବା ଜଣାପଡିଛି ।

ଦୁଇଜଣ ଯାକ ବ୍ୟକ୍ତିଙ୍କୁ କୋଭୋଡ ହସପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ କଳାହାଣ୍ଡିରେ ପଜିଟିଭ ସଂଖ୍ୟା ୮୫କୁ ବୃଦ୍ଧିପାଇଯାଇଥିବା ପ୍ରକାଶ । ଏଭଲି କ୍ରମାଗତ ଭାବେ ପଜିଟିଭ ବୃଦ୍ଧି ପାଉଥିବା ଘଟଣାକୁ ଦୃଷ୍ଟିରେ ରଖି ଅନ୍ୟ ହଟ ସ୍ପଟ ଜିଲ୍ଲାରୁ କଳାହାଣ୍ଡିକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ୧୪ ଦିନ ପାଇଁ କ୍ୱାରେନଟାଇନରେ ରହିବା ବାଧ୍ୟତା ମୂଲକ ବୋଲି କଳାହାଣ୍ଡି ଜିଲ୍ଲାପାଳ କଡା ନିର୍ଦ୍ଦେଶ ଜାରି କରିଛନ୍ତି । ସେଥିପାଇଁ ସଂପୃକ୍ତ କୋଭିଡ ପରିଚାଲନା କମିଟୀ, ଗ୍ରାମପଂଚାୟତ ନୋଡାଲ ଅଧିକାରୀ ତଥା ସରପଂଚ ମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ନାମାରେ କୁହାଯାଇଛି । ସେହିପରି ଜନସାଧାରଣଙ୍କ ଭିଡ ହେଉଥିବା ଦୃଷ୍ଟିରୁ ଜିଲ୍ଲାସାରା ସମସ୍ତ ସାପ୍ତାହିକ ବଜାରକୁ ମଧ୍ୟ ବାରଣ କରାଯାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: