1. best news : ଚୁନାଘାଟିରେ ଓଲଟିଲା ଟ୍ରକ୍‌ : ୨ ଗୁରୁତର

0
66
ଚୁନାଘାଟିରେ

ରିପୋର୍ଟ : ଓଡ୍ଡିଶ ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୦୯/୦୮) : ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ାର ଚୁନାଘାଟିରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି ।

ଏକ ଲୁହା ବୋଝେଇ ଟ୍ରକ୍ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନେ ହେଲେ ଗାଡ଼ିର ହେଲପର ଓ ଡ୍ରାଇଭର। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ଗତକାଲି ବିଳମ୍ବିତ ରାତିରେ ଟ୍ରକ୍‌ଟି ଲୁହାପଥର ବୋଝେଇ କରି କୋଇଡ଼ାରୁ ଛତିଶଗଡ଼ରର ରାଇଘର ଅଭିମୁଖେ ଯାଉଥିଲା । ଏହି ସମୟରେ ଚୁନାଘାଟିରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଘାଟିକୁ ଓଲଟି ପଡ଼ିଥିଲା ।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଗାଡ଼ି ଭିତରେ ଚାପି ହୋଇ ରହିଥିଲେ ଚାଳକ ଓ ହେଲପର।ସ୍ଥାନୀୟ ଲୋକେ ଏନେଇ ପୁଲିସକୁ ଖବର ଦେଇଥିଲେ । ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିର କ୍ୟାବିନକୁ କଟର ସାହାଯ୍ୟରେ କାଟି ଡ୍ରାଇଭର ଓ ହେଲପରଙ୍କୁ ବାହାର କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।