Saturday, August 8, 2020
Home District News ନେହେରୁ ଯୁବକେନ୍ଦ୍ର,କଳାହାଣ୍ଡି ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ନେହେରୁ ଯୁବକେନ୍ଦ୍ର,କଳାହାଣ୍ଡି ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ରିପୋର୍ଟ: ମାନସ ରଞ୍ଜନ ରାଉତ //
ଜୁନାଗଡ଼ (୨୩/୦୭): ଜୁନାଗଡ ବ୍ଲକର ବଳଦିଆମାଲ ଠାରେ ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ଓ ମାଁ ସରସ୍ବତୀ ସାଂସ୍କୃତିକ ଅନୁଷ୍ଠାନର ମିଳିତ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଜୁନାଗଡ ବନାଞ୍ଚଳର ସହଯୋଗ କ୍ରମେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଫରେଷ୍ଟର ଜୟଦେବ ମାଝୀ, ପିଆଇ କଲେଜ ଜୁନାଗଡ଼ର ଉପାଧ୍ୟକ୍ଷ ବିଭୁତି ମେହେର, ନେହେରୁ ଯୁବକେନ୍ଦ୍ର କଳାହାଣ୍ଡିର ଡିୱାଇସି ପ୍ରସନ୍ନ ମେହେର, ଫରେଷ୍ଟ ଗାର୍ଡ ସର୍ବେଶ୍ୱର ଗହୀର, ସରପଞ୍ଚ ଧର୍ମେନ୍ଦ୍ର ମେହେର, ସାମ୍ବାଦିକ ବିମଳ ସତପଥି ପ୍ରମୁଖ ଉପସ୍ଥିତ ରହି ଜଙ୍ଗଲ ସୁରକ୍ଷା ଓ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ ।ଏହି ଅବସରରେ ବଳଦିଆମାଲ ହାଇସ୍କୁଲ ପରିସର ଓ ଖେଳ ପଡିଆ ଠାରେ ଅତିଥି ମାନଙ୍କ ଦ୍ୱାରା ଚାରା ରୋପଣ କରାଯାଇଥିଲା । କାର୍ଯ୍ୟକ୍ରମ କୁ ନେହେରୁ ଯୁବ କେନ୍ଦ୍ରର ଜାତୀୟ ଯୁବ ସ୍ବେଛାସେବୀ ଚିନ୍ମୟ କୁମାର ପଣ୍ଡା ଓ ପଦ୍ମାବତୀ ପଟେଲ ପରିଚାଳନା କରିଥିବା ବେଳେ ପୂର୍ବତନ ଜାତୀୟ ଯୁବ ସ୍ବେଛାସେବୀ କୁନାଲ ନାଗ ଓ ମାଁ ସରସ୍ବତୀ ସାଂସ୍କୃତିକ ଅନୁଷ୍ଠାନର ସଦସ୍ୟ ମାନେ ସହଯୋଗ କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: