1. Best News : ସହକର୍ମୀଙ୍କ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

0
58
ସହକର୍ମୀଙ୍କ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୧୪/୦୮) : ସହକର୍ମୀଙ୍କ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି : – ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲ୍ଲା ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ ।

ଜଣେ ଠିକା ନର୍ସିଂ ଅଫିସରଙ୍କଠାରୁ ସେ ୮ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ । ଉକ୍ତ କର୍ମଚାରୀଙ୍କ ଠିକା ଅବଧି ପୂରଣ ହୋଇଯାଇଥିବା ବେଳେ ଚାକିରି ନିୟମିତ କରିବା ପାଇଁ ଆବଶ୍ୟକ ଫାଇଲ କାମ କରିବାକୁ ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ ତାଙ୍କୁ ଲାଞ୍ଚ ମାଗିଥିଲେ । ଏନେଇ ଠିକା କର୍ମଚାରୀ ଜଣଙ୍କ ଭିଜିଲାନ୍ସକୁ ଜଣାଇଥିଲେ ।

ଯୋଜନା ମୁତାବକ ଆଜି ମନୋଜ କୁମାର ଭଞ୍ଜ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ । ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି । ଲାଞ୍ଚ ନେଇ ଧରାପଡ଼ିବା ପରେ ମନୋଜ କୁମାର ଭଞ୍ଜଙ୍କ ଦୁଇ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି ।