Friday, March 29, 2024

Top 5 This Week

Related Posts

1. Best News : ରାତିରୁ ଟ୍ୱିନ ସିଟିରେ ଲାଗି ରହିଛି ବର୍ଷା

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, ( ୧୮/୦୮) : ରାତିରୁ ଟ୍ୱିନ ସିଟିରେ ଲାଗି ରହିଛି ଝିପି ଝିପି ବର୍ଷା । ଆଜି ସାରା ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

ରାତିରୁ ଟ୍ୱିନ ସିଟିରେ ଲାଗି ରହିଛି ବର୍ଷା : ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି ହୋଇଛି ।

  ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହପରି ଅସୁରକ୍ଷିତ ପାହାଡ଼ିଆ ଅଞ୍ଚଳ ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ କିଛି ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ଏଥିସହ ନଦୀ ଗୁଡ଼ିକର ଜଳସ୍ତର ବୃଦ୍ଧି ସମ୍ଭାବନା ଥିବାରୁ ସତର୍କ ରହିବାକୁ କୁହାଯାଇଛି ।

Popular Articles