Thursday, October 1, 2020
Home Cultural & Festival ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ରିପୋର୍ଟ : ରବିଶଙ୍କର ମହାପାତ୍ର //
କୋରାପୁଟ(୦୫/୦୮): ଆଜି ପୂର୍ବାହ୍ନରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଶ୍ରୀରାମ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ତରଫରୁ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉପଲକ୍ଷେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ହୋମ ଓ ପୂଜାପାଠର ଆୟୋଜନ କରାଯାଇଥିଲା ।

ଏହି ଅବସରରେ ବୋରିଗୁମ୍ମା ମଣ୍ଡଳ ସଭାପତି ଶ୍ରୀ ରାଜ୍ ସିଂ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ରାମଚନ୍ଦ୍ର ପଣ୍ଡା, ଶ୍ରୀନିବାସ ରାଓ, ସାବନ ମହାନ୍ତି, ବିଘ୍ନେଶ୍ବର ଷଡ଼ଙ୍ଗୀ, ତୁଳସୀରାମ ପାଣିଗ୍ରାହୀ, ରାଜେନ୍ଦ୍ର ପ୍ରସାଦ ବେହେରା, ବସନ୍ତ ମେହେର, ନିହାର ରଞ୍ଜନ ଶତପଥୀ ପ୍ରମୁଖ ଭା.ଜ.ପା. କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଆଦର୍ଶ ଭାରତୀୟ ସଂସ୍କୃତି ତଥା ଜନ ମାନସରେ ପୂର୍ଣ୍ଣ ମାତ୍ରାରେ ବିକଶିତ କରିବାରେ ଆଜିର ଏହି ଭୂମି ପୂଜନ ସହାୟକ ହେବ ତଥା ଏକ ଶକ୍ତିଶାଳୀ ଏବଂ ସାଂସ୍କୃତିକ ସ୍ୱାଧୀନତା ସମ୍ପନ୍ନ ରାଷ୍ଟ୍ର ଗଠନରେ ପ୍ରଭୁ ଶ୍ରୀରାମଙ୍କ ଆଦର୍ଶ ସହାୟକ ହେବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: