Thursday, October 1, 2020
Home Death Case ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ //
ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି ।

ମୃତକ ଜଣକ ହେଲେ ଲୋଇସିଂହାର ପୂର୍ବତନ ସରପଞ୍ଚ ମଂଜୁବାଲା ମେହେରଙ୍କ ସ୍ୱାମୀ ତଥା ଅବସରପ୍ରାପ୍ତ ଶିକ୍ଷକ ରମେଶ ଚନ୍ଦ୍ର ମେହେର(୭୦) । ଆଜି ଅପରାହ୍ନ ୧ ଟାରେ ବଲାଂଗୀର ପଟୁ ଡାଉନ ଲାଇନରେ ଆସୁଥିବା ଏକ ମାଲବାହୀ ଗାଡି ଧକ୍କାରେ ତାଙ୍କ ମୃତ୍ୟୁ ହୋଇଥିବା କିଛି ପ୍ରତ୍ୟକ୍ଷଦର୍ଶୀ ପ୍ରକାଶ କରିଛନ୍ତି । ସ୍ବର୍ଗତ ମେହେର ଅବସର ନେବା ପରେ ସମାଜସେବାରେ ନିଜକୁ ନିୟୋଜିତ କରିବା ସହିତ ସ୍ଥାନୀୟ ସିନିୟର ସିଟିଜନ ଆସେମ୍ବଲିର ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ । ନିଜ ସହଧର୍ମିଣୀଙ୍କ ସହିତ ମିଶି କରୋନା କଟକଣା ସମୟରେ ଫସି ରହିଥିବା ଲୋକଙ୍କୁ ଦୈନିକ ରନ୍ଧାଖାଦ୍ୟ ଦେଉଥିଲେ । ରେଳବାଇ ପୋଲିସ ପହଂଚି ଶବ ଜବତ କରିବା ସହିତ ପୋଷ୍ଟମର୍ଟମ ପାଇଁ ପଠାଇଥିବା ଜଣାଯାଇଛି । ଆସନ୍ତାକାଲି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାଯାଇଛି । ତାଙ୍କ ଅକାଳ ନିଧନରେ ବରିଷ୍ଠ ନାଗରିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: