Thursday, October 1, 2020
Home District News ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।

ବ୍ଲକ କ୍ରୁଷି ଅଧିକାରୀ ବିଭୁଦେନ୍ଦୁ ଦେଓଙ୍କ ଅଧ୍ଯକ୍ଷତାରେ ଜିଲ୍ଲା ମୁଖ୍ଯ କ୍ରୁଷି ଅଧିକାରୀ ଦୀନବନ୍ଧୁ ଗାନ୍ଧୀ ମୁଖ୍ଯ ଅତିଥି, ଡେପୁଟି ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ମହାନ୍ତି, ମ୍ରୁତ୍ତିକା ସଂରକ୍ଷଣ ଅଧିକାରୀ ରବି ନାରାୟଣ ସେନାପତି ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ। ସାଂପ୍ରତିକ ସମୟରେ ଦ୍ରୁତ ଜନସଂଖ୍ୟା ବ୍ରୁଦ୍ଧି ଅନୁପାତରେ ଅଧିକ ଉତ୍ପାଦନର ଆବଶ୍ଯକତା ରହିଛି। ତେଣୁ ଉତ୍ପାଦନ ବୃଦ୍ଧି ପାଇଁ ଚାଷୀ ଓ କ୍ରୁଷି ଅଧିକାରୀଙ୍କ ମଧ୍ଯରେ ସୁସମନ୍ବୟର ଆବଶ୍ଯକତା ରହିଛି ।ସୁତରାଂ କ୍ରୁଷି ଅଧିକାରୀଗଣ ସକ୍ରିୟ ଭାବେ ଜଡିତ ରହି ଚାଷୀଭାଇମାନଙ୍କୁ ଉପଯୁକ୍ତ ପରାମର୍ଶ ଦେବା ଉଚିତ୍ ବୋଲି ମତପ୍ରକାଶ ପାଇଥିଲା। ଏହି ଅବସରରେ ନିକଟରେ କାର୍ଯ୍ୟରୁ ଅବସର ନେଇଥିବା କ୍ରୁଷି ଅଧିଦର୍ଶକ ମନୋରଞ୍ଜନ ଲାଠଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯିବା ସହ ତାଙ୍କର ନିରାମୟ ଜୀବନ କାମନା କରାଯାଇଥିଲା। ନିମାଇଁ ମେହେର ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ କ୍ରୁଷି ଅଧିଦର୍ଶକ ଦିଲ୍ଲୀପ କୁମାର ଦାଶ ସଂଚାଳନ କରିଥିଲେ। ବୀରେନ୍ଦ୍ର ପାଣି, ଅନୀମା ଦାଶ, ସନ୍ନ୍ୟାସୀ ସେଠ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ମାସ୍କ ସହ ସାମାଜିକ ଦୂରତ୍ବକୁ ବଜାୟ ରଖି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: