Thursday, October 1, 2020
Home Death Case ଫ୍ୟାନ ରେ ଝୁଲି ଯୁବତୀର ଆତ୍ମହତ୍ୟା, ଯାଜପୁର

ଫ୍ୟାନ ରେ ଝୁଲି ଯୁବତୀର ଆତ୍ମହତ୍ୟା, ଯାଜପୁର

ରିପୋର୍ଟ: ସତ୍ୟଜିତ ବାରିକ //
ଯାଜପୁର (୧୩/୦୮): ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ କିମ୍ଭିରିଆପାଳ ଗ୍ରାମର ଶରତ ଚନ୍ଦ୍ର ସ୍ୱାଇଁଙ୍କ ଝିଅ ଶୁଭଶ୍ରୀ ସ୍ୱାଇଁ ବୟସ ୨୧ବର୍ଷ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ଅନୁସାରେ ଶୁଭଶ୍ରୀ ଗତ କାଲି ସନ୍ଧ୍ୟା ୪ଘଟିକାରେ ଏକ କୋଠରୀ ମଧ୍ୟରେ ଭିତର ପଟୁ କବାଟ ଦେଇ ସୋଇଥିଲେ ।

ରାତି ବିଳମ୍ବ ହେଳାରୁ ଶୁଭଶ୍ରୀ ଆଉ କବାଟ ନ ଖୋଲିବାରୁ ପରିବାର ଲୋକେ ସନ୍ଦେହ ପ୍ରକାଶ କରି କବାଟ ଭାଙ୍ଗି ଏକ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ପରେ ବଞ୍ଚିଛି ବୋଲି ବିଶ୍ୱାସ କରି ସଙ୍ଗେ ସଙ୍ଗେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାର ତାଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ବରୀ ରାମଚନ୍ଦ୍ରପୁର ଥାନାକୁ ଖବର ଦେବାପରେ ଖବର ପାଇ ବରୀ ଥାନା ତରଫରୁ ଏସ ଆଇ ରୁଦ୍ର ପ୍ରତାପ ନାୟକ ଚିକିତ୍ସାଳୟରେ ପହଞ୍ଚି ଶବ ଜବତ କରିଥିଲେ । ସେଠାରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯାଇଛି । ପ୍ରକାଶ ଥଉକି ଶୁଭଶ୍ରୀ ଦୀର୍ଘ ଦିନ ଧରି ମାନସିକ ରୋଗରେ ପୀଡ଼ିତ ଥିଲେ ଓ ଔଷଧ ମଧ୍ୟ ଖାଉଥିଲେ ବୋଲି ପରିବାର ସୂତ୍ରରୁ ପ୍ରକାଶ | ବରୀ ପୋଲିସ ୨୩/୨୦୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: