Thursday, October 1, 2020
Home District News ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର //
କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର, ଅଧ୍ୟାତ୍ମବାଦୀ ବ୍ୟକ୍ତିତ୍ବ ଶ୍ରୀ ରମେଶ ଚରଣ ପାଣିଗ୍ରାହୀଙ୍କ ବିୟୋଗରେ ଏକ ଶୋକ ସଭାର ଆୟୋଜନ ହୋଇଯାଇଛି ।

କୋଟପାଡ ଓକିଲ ସଂଘର ସଭାପତି ଶ୍ରୀ ମଣିପ୍ରସାଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବର୍ଗତ ପାଣିଗ୍ରାହୀଙ୍କ ଦିବଙ୍ଗତ ଆତ୍ମାର ସଦଗତି କାମନା କରି ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।ଅନ୍ୟମାନଙ୍କ ମଧ୍ୟରେ ଘନଶ୍ୟାମ ବିଷୋୟୀ, ସଞ୍ଜୟ ମିଶ୍ର, ଶଙ୍କର ପଟ୍ଟନାୟକ, ଲକ୍ଷ୍ମୀନାରାୟଣ ବିଷୋୟୀ, ରାମେଶ୍ବର ଜେନା, କାମାକ୍ଷୀ ପ୍ରସାଦ ପାଢ଼ୀ, କିଶୋର ଚନ୍ଦ୍ର ମିଶ୍ର, ଦୁର୍ଗାପ୍ରସାଦ ସାହୁ,ଗୁପ୍ତ ବେହେରା ପ୍ରମୁଖ ବିଶିଷ୍ଟ ଆଇନଜୀବୀ ମାନେ ଉପସ୍ଥିତ ଥିଲେ । କୋଟପାଡ଼ ବ୍ୟତୀତ ବୋରିଗୁମ୍ମା ଓ ନବରଙ୍ଗପୁର ଠାରେ ମଧ୍ୟ ସ୍ବର୍ଗତ ପାଣିଗ୍ରାହୀଙ୍କ ଶୋକସଭା ଅନୁଷ୍ଠିତ ହୋଇଥିବା ଖବର ହସ୍ତଗତ ହୋଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: