Thursday, October 1, 2020
Home Government News ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା ଏନେଇ ତଥ୍ୟ ହାସଲ ପରେ ଘଟଣା ସମ୍ପର୍କରେ ଜଣାପଡ଼ିଛି ।

କୋଭିଡ -୧୯ ସମୟରେ ମୃତ ହିତାଧିକାରୀଙ୍କ ନାମରେ ରାସନକାର୍ଡ ପିଛା ଅଗ୍ରୀମ ୩ ମାସର ଚାଉଳ, ଡାଲି ଓ ହଜାରେ ଟଙ୍କା ଉଠାଣ ହୋଇଥିବା ଅଭିଯୋଗ ହୋଇଛି। କରୋନା ମହାମାରୀ ସମୟରେ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ମାଣ ଶ୍ରମିକ ତଥା ଗରିବ ଜନସାଧାରଣଙ୍କୁ ରାସନ କାର୍ଡ ମାଧ୍ୟମରେ ଚାଉଳ, ଡାଲି ଓ ହଜାରେ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯାଇଥିବାବେଳେ ବିଭିନ୍ନ କ୍ଷେତ୍ରରେ ମୃତ ହିତାଧିକାରୀଙ୍କ ନାମରେ ସାମଗ୍ରୀ ଉଠାଣ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବିଜେପୁର ବ୍ଲକ ପର୍ଥଲା ଗ୍ରାମର ଶ୍ରୀକାନ୍ତ ମିଶ୍ର ସୂଚନା ଅଧିକାର ଆଇନ ବଳରେ ବ୍ଲକ ପ୍ରଶାସନକୁ ରାସନକାର୍ଡ ହିତାଧିକାରୀଙ୍କ ତଥ୍ୟ ମାଗିବା ପରେ ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ଉଠାଣ ଘଟଣା ଜଣାପଡ଼ିଥିଲା। ବିଜେପୁର ବ୍ଲକରେ ପାଖାପାଖି ୨୫ ହଜାର ରାସନକାର୍ଡ ହିତାଧିକାରୀ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଗଣ୍ଠିଆପାଲି, ପର୍ଥଲା, ଲାଉମୁଣ୍ଡା ପଞ୍ଚାୟତରୁ ପ୍ରାୟ ୨୦ଜଣ ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡ଼ପ ହୋଇଛି। ତେଣୁ ଏନେଇ ଶ୍ରୀ ମିଶ୍ର ବରଗଡ଼ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ଘଟଣାର ତଦନ୍ତ ପାଇଁ ଦାବି କରିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: