Thursday, October 1, 2020
Home District News FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ

FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା (୧୪/୦୮): ରାୟଗଡ଼ା ସହରର FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ | ଲୁଟର ଶିକାର ହୋଇଥିବା CMS ସଂସ୍ଥାର କର୍ମଚାରୀ ହିଁ ଘଟଣାର ମାଷ୍ଟର ମାଇଣ୍ଡ ବୋଲି ଆରକ୍ଷୀ ଅଧିକ୍ଷକ ଡ଼. ଶ୍ରବଣା ବିବେକ ଏମ ସୂଚନା ଦେଇଛନ୍ତି।

ଏହି ଘଟଣାରେ CMS ର କର୍ମଚାରୀ ଅନୀଲ ଗରୋଡ଼ିଆଙ୍କ ସହିତ ଅନ୍ୟ ୩ଜଣଙ୍କୁ ପୋଲିସ ଗିରଫ କରିଛି । ଏମାନଙ୍କ ଠାରୁ ଏକ ପଲସର ବାଇକ ଓ ୨୪ଲକ୍ଷ ଟଙ୍କା ଜବତ କରାଯାଇଛି । CMS ସଂସ୍ଥାର କର୍ମଚାରୀ ଅନୀଲ ଗରଡିଆ ଗତ ୧୦ ତାରିଖ ଦିନ ଗ୍ରାହକଙ୍କ ଠାରୁ ୨୪ଲକ୍ଷ ଟଙ୍କା ସଂଗ୍ରହ କରି ବ୍ୟାଙ୍କରେ ଡିପୋଜିଟ କରିବା ପାଇଁ ଯାଇଥିଲେ । ପରବର୍ତୀ ମୁହୂର୍ତ୍ତରେ ଟଙ୍କା କିଏ ଲୁଟିନେଲେ କହି ଟାଉନ ଥାନାରେ ଅଭିଯୋଗ କରିଥିଲେ । ଏହି ଘଟଣାରେ ଅନୀଲ ଗରଡ଼ିଆଙ୍କ ସହ ଅନ୍ୟ ୩ ଜଣ ମିଶି ଲୁଟ ଘଟଣାର ନାଟକ କରିଥିଲେ । ୨୪ ଲକ୍ଷ ଟଙ୍କାକୁ ଅଭିଯୁକ୍ତ ୪ଜଣ ବିଭିନ୍ନ ସ୍ଥାନରେ ଲୁଚାଇ ରଖିଥିଲେ । ଥାନାରେ ଅଭିଯୋଗ ହେବାପରେ ଏସଡ଼ିପିଓଙ୍କ ନେତୃତ୍ୱରେ ଏକ ତଦନ୍ତକାରୀ ଟିମ ଗଠନ କରାଯାଇଥିଲା । ପରେ ପୋଲିସ ତନାଘନାରୁ ଜଣାପଡିଲା ଅଭିଯୁକ୍ତ ଅନୀଲ ଗରଡିଆ ହିଁ ଅନ୍ୟମାନଙ୍କ ସହ ମିଶି ଲୁଟର ଉଦ୍ୟମ କରିଥିଲା । ଆଜି ପୋଲିସ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: