ସୋନପୁର ଗଡଜାତ ପାଇଁ ବାହାରିଲା ନୂଆଁଖାଇ ଲଗ୍ନ

0
56
ସୋନପୁର

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୦୭/୦୯) : ସୋନପୁର ଗଡ଼ଜାତ ଓ ପଞ୍ଚରା ଅଞ୍ଚଳ ପାଇଁ ଆଜି ନୁଆଁଖାଇ ଲଗ୍ନ ସ୍ଥାନୀୟ ବଡ ଜଗନ୍ନାଥ ମନ୍ଦିର ପରିସରରେ ଥିବା ମୁକ୍ତିମଣ୍ଡପ ରେ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଘଣ୍ଟ ସ୍ଥିର କରାଯାଇଛି ।

ଚଳିତ ବର୍ଷ ସେପ୍ଟେମ୍ବର ୨୦ ତାରିଖ ବୁଧବାର ଦିନ ଘ.୧୦.୩୬ମି ରୁ ଘ.୧୦.୫୦ମି ମଧ୍ୟେ ବିଛା ଲଗ୍ନରେ ନୂଆଁଖାଇ ଲଗ୍ନ ସ୍ଥିର ହୋଇଥିବା ବେଳେ ସକାଳ ୮ ଟା ୩୦ମି ରୁ ୯ ଟା ୩୦ମି ମଧ୍ୟେ ସମଲେଶ୍ଵରୀ ମନ୍ଦିର ରୁ ବିରାଟ ପଟୁଆର ରେ ମା ସୁରେଶ୍ୱରୀଙ୍କ ପାଇଁ ପାହୁର ଯାତ୍ରା ବାହାରିବ ଓ ଅଷ୍ଟ ଚଣ୍ଡି, ଅଷ୍ଟ ଶମ୍ଭୁ ଓ ଅଷ୍ଟ ବିଷ୍ଣୁ ଙ୍କ ଠାରେ ନବାହ୍ନ ଲାଗି ହେଲା ପରେ ନିଜ ନିଜ ଇଷ୍ଟ ଦେବୀ ଓ ସାଧାରଣ ଜନତା ନବାହ୍ନ ଭକ୍ଷଣ କରିବେ ।

ବହୁ ପୂର୍ବରୁ ସୋନପୁର ଗଡ଼ଜାତ ରାଜ୍ୟର ନୂଆଁଖାଇ ପାଇଁ ଏହି ଲଗ୍ନ ପରମ୍ପରା ଚାଲିଆସି ଥିବା ବେଳେ ପ୍ରତିବର୍ଷ ସୋନପୁରର ବଡ ଜଗନ୍ନାଥ ମନ୍ଦିର ର ମୁକ୍ତି ମଣ୍ଡପରେ ବସି ପଣ୍ଡିତ ମାନେ ଲଗ୍ନ ନିର୍ଘଣ୍ଟ ସ୍ଥିର କରିଥାନ୍ତି । ସୋନପୁରର ଇଷ୍ଟଦେବୀ ମା ସୁରେଶ୍ୱରୀଙ୍କ ନାମ ଅନୁସାରେ ଶତଭିଷl ନକ୍ଷତ୍ର ଓ କୁମ୍ଭ ରାଶି କୁ ନେଇ ଜ୍ୟୋତିଷି ଶାସ୍ତ୍ର ଅନୁସାରେ ତିଥି ଓ ଲଗ୍ନ ନିର୍ଘଣ୍ଟ ଗଣନା କରାଯାଇ ଥାଏ ଚଳିତ ବର୍ଷ ଜ୍ୟୋତିର୍ବିଦ ପଣ୍ତିତ ରାଜେନ୍ଦ୍ର କୁମାର ମହାପାତ୍ର ଲଗ୍ନ ନିର୍ଘଣ୍ଟ କରିଥିଲେ ।