ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

0
63

ରିପୋର୍ଟ : ଧ୍ରୁବରାଜ ମିଶ୍ର //
ସୁବର୍ଣ୍ଣପୁର (୧୮/୦୯): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିମଲେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l2497c081-698b-48f8-9def-b42bd7c36e20 (1)

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୬ ଗୋଟି, ସାମୁହିକ ଦରଖାସ୍ତ 0୭ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୨୧ଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ବିନିକା ର ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଙ୍ଗଦ କୁମାର ଦାଶ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ ମେହେର , ଉପଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ , ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ ,530e037d-60bd-42ba-82c2-401b57a3f900 ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଳା ମୁଖ୍ୟ କୃଷି ଅଧିକାରୀ ଡ଼ ବିଭୁତି ଭୂଷଣ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର , ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀ ଅକ୍ଷୟ କୁମାର ନାୟକ, ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ର ନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ , ଅତିରିକ୍ତ ତହସିଲଦାର ଚାନ୍ଦିନୀ ମେହେର , ବିନିକା ଆଇ ଆଇ ସି ସାରଙ୍ଗଧର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l