Friday, March 29, 2024

Top 5 This Week

Related Posts

ଓଡ଼ିଶାରେ ଆଜିଠୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୪/୦୯) : ଓଡ଼ିଶାରେ ଆଜିଠାରୁ ଗଡ଼ିବ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ । ଏହା ହେବ ରାଜ୍ୟର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍ ।

ପୁରୀରୁ ରାଉରକେଲା ଚାଲିବାକୁ ଥିବା ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିନ ୧୨ଟା ୪୫ ମିନିଟରେ ଭର୍ଚୁଆଲ ମୋଡରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହିତ ଆଜି ସମଗ୍ର ଦେଶରେ ମୋଟ ୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ ଦ୍ୱାରା ପୁରୀ ଓ ରାଉରକେଲା ମଧ୍ୟରେ ଯାତ୍ରା ସମୟ ଯଥେଷ୍ଟ ହ୍ରାସ ପାଇବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ ରାଉରକେଲା ୫୦୫ କିଲୋମିଟର ହୋଇଥିବା ବେଳେ ଏହାକୁ ବନ୍ଦେ ଭାରତ ଏକ୍ସପ୍ରେସ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ ।

ଫଳରେ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ରଛାତ୍ରୀ ଏବଂ ପର୍ଯ୍ୟଟକ ବିଶେଷ ଭାବେ ଉପକୃତ ହେବେ ।ଶନିବାରକୁ ଛାଡ଼ିଦେଲେ ଏହି ଟ୍ରେନ୍ ସପ୍ତାହରେ ବାକି ୬ ଦିନ ଚାଲିବ । ଏହା ପ୍ରତ୍ୟହ ପୁରୀରୁ ସକାଳ ୫ଟାରେ ଛାଡ଼ି ରାଉରକେଲାରେ ୧୨ଟା ୪୫ରେ ପହଞ୍ଚିବ । ପରେ ରାଉରକେଲାରୁ ୨ଟା ୧୦ରୁ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ । ଏହି ସେମି ହାଇସ୍ପିଡ୍ ଅତ୍ୟାଧୁନିକ ଟ୍ରେନ୍ ଚାଲିବା ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଟ୍ରାଏଲ୍ ରନ୍ ଶେଷ କରାଯାଇଛି ।

Popular Articles