Tuesday, September 29, 2020
Home District News ନିଟ ପରୀକ୍ଷା ପାଇଁ ୩ଟି ଗାଡ଼ିକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ନିଟ ପରୀକ୍ଷା ପାଇଁ ୩ଟି ଗାଡ଼ିକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା (ତା.୧୧/୯): ସର୍ବଭାରତୀୟ ନିଟ ମୁଖ୍ୟ ପରୀକ୍ଷା ଆସନ୍ତା ୧୩ତାରିଖରେ ଅନୁଷ୍ଠିତ ହେଉଥିବାରୁ ରାୟଗଡା ଜିଲ୍ଲାରୁ ୬୨ଜଣ ପରୀକ୍ଷାର୍ଥୀଙ୍କୁ ଗଞ୍ଜାମ ଓ ଭୁବନେଶ୍ୱରକୁ ପଠାଇଲା ରାୟଗଡା ଜିଲ୍ଲା ପ୍ରଶାସନ।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆଜି ୩ଟି ସ୍ଵତନ୍ତ୍ର ବସ ଯୋଗେ ଜିଲ୍ଲା ଶିଳ୍ପ ପଶିକ୍ଷଣ ସଂସ୍ଥା ଆନୁକୂଲ୍ୟରେ ୬୨ଜଣ ପରୀକ୍ଷାର୍ଥୀଙ୍କ ସହିତ ୨୬ ଅଭିଭାବକଙ୍କୁ ପଠାଯାଇଛି। ଏହି ୬୨ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୭ଜଣ ବ୍ରହ୍ମପୁର ଠାରେ ପରୀକ୍ଷା ଦେବେ ଓ ବାକି ୪୫ଜଣ ପରୀକ୍ଷାର୍ଥୀ ଭୁବନେଶ୍ୱରର ବିଭିନ୍ନ କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି। ଆଜି ଅତିରିକ୍ତଜିଲ୍ଲାପାଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ପଣ୍ଡା ସବୁଜପତାକା ଦେଖାଇ ବସ ଯାତ୍ରାକୁ ଶୁଭାରମ୍ଭ କରିଥିଲେ। ସେମାନଙ୍କ ସୁରୁଖୁରୁରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ସହିତ ଭଲଭାବରେ ପରୀକ୍ଷା ଆସିବାକୁ ପରୀକ୍ଷାର୍ଥୀ ମାନଙ୍କୁ କହିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ, ଆଇଟିଆଇ ଅଧ୍ୟକ୍ଷ ଶ୍ରୀ ଅତୂଲ୍ୟ କୁମାର ପଣ୍ଡା ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: