Friday, March 29, 2024

Top 5 This Week

Related Posts

କଲ୍ୟାଣସିଂପୁରରେ ୩୨ ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୨୫/୯) : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଏସପି ବିବେକାନନ୍ଦ ଶର୍ମା, ଜିଲ୍ଲାମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଭୀମସେନ ଶବର, ସିଡିଏମଓ ଡାକ୍ତର ଲାଲମହୋନ. ରାଉତରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ ଖରାଙ୍କଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୩୨ଟି ଅଭିଯୋଗ ହୋଇଥିଲା । ସେଥି ମଧ୍ୟରୁ ୨୫ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୭ଟି ସାମୂହିକ ଅଭିଯୋଗ ହୋଇଥିଲା । ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ଏହି ଅଭିଯୋଗ ଗୁଡିକ ପାଇଲା ପରେ ତୁରନ୍ତ ସମାଧାନ ନିମନ୍ତେ ଅଧିକାରୀ ମାନଙ୍କୁ ସୁପାରିଶ କରିଥିଲେ l

Popular Articles