Tuesday, September 29, 2020
Home Death Case ଶୋକ ବ୍ଯକ୍ତ କଲେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ନେତାଗଣ

ଶୋକ ବ୍ଯକ୍ତ କଲେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ନେତାଗଣ

ରିପୋର୍ଟ – ନିରୋଜ କୁମାର ପାଣୀ //
ପଦ୍ମପୁର, ତା ୧୫/୯/୨୦): ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସଭାପତି ତଥା ପଦ୍ମପୁର ର ପୁର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କ ପିତା ରାଧେଶ୍ୟାମ ପୁରୋହିତଙ୍କ ଆଜି ପରଲୋକ ଘଟିଛି।

ଏହି ଖବର ପ୍ରସାରିତ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ଏହି ଖବର ପାଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ “ଆମ ଦଳର ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତଙ୍କ ପିତା ଶ୍ରୀଯୁକ୍ତ ରାଧେଶ୍ୟାମ ପୁରୋହିତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ଗଭୀର ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।” ବୋଲି ଟ୍ୱିଟ କରି କହି ଥିବା ବେଳେ ତାଙ୍କ ସହିତ ରାଜ୍ୟ ବିଜେପି ସଭାପତି ସମିର ମହାନ୍ତି, ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ, ରାଜ୍ୟ ବିଜେପି ସମ୍ପାଦକ ଟଙ୍କଧାର ତ୍ରିପାଠୀ, ବରଗଡ଼ ଲୋକସଭା ସାଂସଦ ସୁରେଶ ପୂଜାରୀ, ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା, ବରଗଡ଼ ଜିଲ୍ଲା ବିଜେପି ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ବରିଷ୍ଠ ନେତା ଶିରିଷ କୁମାର ବହିଦାର, ମୁନୁ ଅଗ୍ରୱାଲ, ପ୍ରତାପ ବାରିହା ପ୍ରମୁଖ ଶୋକ ପ୍ରକାଶ କରିବା ସହିତ ତାଙ୍କର ପୁଣ୍ୟ ଆତ୍ମାର ସଦଗତି କାମନା କରିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: