Thursday, March 28, 2024

Top 5 This Week

Related Posts

ବସ୍-ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ବାଇକ୍‌ ଆରୋହୀ ମୃତ, ଜଣେ ଗୁରୁତର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୮/୦୯) : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ମହାଦେବ ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି ।

ଏକ ବାଇକ୍‌ ଓ ବସ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ମୃତାହାତଙ୍କ ଘର ଭୋଗରାଇପୁର ବ୍ଲକ୍ ଅନ୍ତର୍ଗତ ଉଦୟପୁର ଅଞ୍ଚଳରେ । ଆଜି ସକାଳେ ଏକ ଯାତ୍ରୀବାହୀ ବସ୍ ବ୍ରହ୍ମପୁରରୁ ଚନ୍ଦନେଶ୍ୱର ଅଭିମୁଖେ ଯାଉଥିଲା । ଏହି ସମୟରେ ମହାଗବ ଛକ ନିକଟରେ ଉଦୟପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ବାଇକ ଆରୋହୀଙ୍କ ସହିତ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ ।

ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜଳେଶ୍ୱର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଜଣେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

1 COMMENT

Comments are closed.

Popular Articles