୨ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

0
51
୨ ବାଇକ୍‌

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୦୩/୧୦) : ୨ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି ।

କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ ରାସ୍ତାର ଚଣ୍ଡିବିରଞ୍ଚିପୁର ଛକରେ ଏହି ଦୁର୍ଘଟଣା ଘଟିଛି । ମୃତକ ଦ୍ୱୟଙ୍କର ପରିଚୟ ମିଳିନାହିଁ । ଆଜି ସକାଳେ ଭଦ୍ରକ ପଟରୁ ଏକ ବାଇକ୍‌ରେ ଦୁଇ ଜଣ ଆସୁଥିଲେ । ସେମାନଙ୍କ ପଛରେ ଆସୁଥିବା ଟ୍ରକ୍ ବାଇକ୍‌କୁ ଧକ୍କା ଦେଇଥିଲା । ବାଇକ୍ ଆରୋହୀ ତଳେ ଛିଟିକି ପଡ଼ିଥିଲେ । ଟ୍ରକଟି ସେମାନଙ୍କ ଉପରେ ମାଡ଼ି ଯାଇଥିଲା । ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିଲା । ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି । ଅନ୍ୟପକ୍ଷୀରେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି । ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି । ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ଟି ହାଟଡିହିର ଜଣେ ଚାଉଳ ବ୍ୟବସାୟୀଙ୍କ ବୋଲି ଜଣାପଡ଼ିଛି ।