ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ

0
39
ବିସ୍କୁଟ ଗୋଦାମରେ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କନ୍ଧମାଳ, (୦୩/୧୦) : ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଲକ୍ଷାଧିକ ଟଙ୍କାର ଚକଲେଟ୍ ଓ ବିସ୍କୁଟ ଜଳିଯାଇଛି ।

ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ । ପାଟ୍ଟଖଣ୍ଡା ସାହିରେ ଥିବା ବିସ୍କୁଟ ଗୋଦାମରେ ଆଜି ଭୋର ସମୟରେ ନିଆଁ ଲାଗି ଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି । ହେଲେ ପ୍ରବଳ ଧୂଆଁ ବାହାରୁଥିବା ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡ଼ିଛି । ସର୍ଟ ସର୍କିଟ ଯୋଗୁ ଗୋଦାମରେ ଅଗ୍ନକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ନିଆଁ କିପରି ଗୋଦାମରେ ଲାଗିଲା ତାର କାରଣ ଜଣାପଡ଼ି ନାହିଁ ।

ଗୋଦାମ ମାଲିକ ଅନନ୍ତ କୁମାର ଦାସ କହିଛନ୍ତି, ଆଜି ସକାଳେ ଝାଡ଼ୁଦାର ଗୋଦମରେ ନିଆଁ ଲାଗିଥିବା ମୋତେ ଜଣାଇଥିଲା । ମୁଁ ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀକୁ ଫୋନ୍ କରିଥିଲି । ସେମାନେ ଆସି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି । ଏସିରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ହେଲେ ପ୍ରକୃତ କାରଣ ଜଣାପଡ଼ି ନାହିଁ।