ସୋନପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
57
ସୋନପୁର ବ୍ଲକରେ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୩/୧୦) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି lWhatsApp Image 2023-10-04 at 09.48.17

ଏହି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୧୦ଟି ବ୍ୟକ୍ତିଗତ ଓ ୬ଟି ସାମୁହିକ ଦରଖାସ୍ତ ରହିଛି l ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ବିନୀ ମେହେର, ଉପଜିଲ୍ଲାପାଳ ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡି ଡବ୍ଲୁ ଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ସୋନପୁର ତହସିଲଦାର ନବୀନ କିଶୋର ପାଢ଼ୀ, ସୋନପୁର ପୌର ପରିଷଦର ନିର୍ବାହୀ ଅଧିକାରୀ ସୂର୍ଯ୍ୟଂଶୁ ରୁଟ, ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l