Thursday, October 22, 2020
Home Death Case ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଜଣେ ମୃତ

ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଜଣେ ମୃତ

ରିପୋର୍ଟ: ସତ୍ୟଜିତ ବାରିକ //
ଯାଜପୁର (୨୪/୦୯): ବରୀ ବ୍ଲକ ଅଧିନସ୍ଥ ଆନ୍ୟାସପୁର ଗ୍ରାମ ରେ ପ୍ରେମ ବିବାହ କୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଜଣକର ମୃତୁ ଘଟିଛି | ସୂଚନା ମୁତାବକ ଆନ୍ୟାସପୂର ଗ୍ରାମ ର କାଳନ୍ଦୀ ସେଠିଙ୍କ ଝିଅ ସେହି ଗ୍ରାମର ସନ୍ତୋଷ କୁମାର ସେଠୀଙ୍କୁ ପ୍ରେମ ବିବାହ କରିଥିଲେ।

ମାତ୍ର ପରବର୍ତ୍ତୀ ଅବସ୍ଥାରେ ସ୍ବାମୀ ସନ୍ତୋଷ ନିକ ପତ୍ନୀ ଙ୍କୁ ମାରଧର କରିବା ସହ ତାଙ୍କୁ ସ୍ତ୍ରୀ ହିସାବ ରେ ଗ୍ରହଣ କରିନଥିଲେ। ଏହି ଘଟଣା କୁ ନେଇ ଗତ ୧୮ ତାରିଖ ଦିନ କାଳନ୍ଦୀ ସେଠି ସନ୍ତୋଷ ଙ୍କ ପରିବାର ର ସଦସ୍ୟ ମାନଙ୍କୁ ପଚରା ଉଚରା କରୁଥିବା ବେଳେ ସନ୍ତୋଷ ର ପରିବାର ସଦସ୍ୟ ମାନେ କାଳନ୍ଦୀ ଙ୍କୁ ଅକ୍ରମଣ କରିଥିଲେ। ଆକ୍ରମଣ ପରେ ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ମାନେ ପହଞ୍ଚି ରକ୍ତ ଯୁଡୁବୁଡୁ ଅବସ୍ଥା ରେ ପଡିଥିବା କାଳନ୍ଦୀ ସେଠୀ ଙ୍କୁ ପ୍ରଥମେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନେଇଥିଲେ ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକ ବଡ଼ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା। ମାତ୍ର ଗତ କାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତୁ ଘଟିଛି। ମୃତ କାଳନ୍ଦୀ ଙ୍କ ପତ୍ନୀ ରଙ୍ଗବତୀ ଙ୍କ ଅଭିଯୋଗ ମୁତାବକ ବରୀ ପୋଲିସ୍ ୧୯୪/୨୦୨୦ ରେ ଏକ ହତ୍ୟା ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛି ବୋଲି ତଦନ୍ତ କାରୀ ଅଧିକାରୀ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି। ପ୍ରକାଶ ଥାଉ କି ମୃତ କାଳନ୍ଦୀକୁ ସନ୍ତୋଷଙ୍କ ପରିବାରର ୫ ଜଣ ସଦସ୍ୟ ଆକ୍ରମଣ କରିଥିବା କାଳନ୍ଦୀ ଙ୍କ ପତ୍ନୀ ରଙ୍ଗବତୀ ଲିଖିତ ଭାବେ ଅଭିଯୋଗ କରିଛନ୍ତି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: