ଘର ପାଖ ଦୋକାନକୁ ଯାଇଥିବା ବେଳେ ପିଟି ଦେଲା ବାଇକ୍, ମହିଳା ମୃତ

0
48
ଘର ପାଖ

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଅନୁଗୁଳ, (୦୭/୧୦) : ଅନୁଗୁଳ ସଦର ଥାନା ଅନ୍ତର୍ଗତ ମୂଷାପାପୁଲି ନିକଟରେ ୫୫ନମ୍ବର ଜାତୀୟ ରାଜପଥରେ ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ମୂଷାପାପୁଲି ଗାଁ’ର ପରୀ ସାହୁ (୪୮) ।

ସେ ଘର ପାଖ ଦୋକାନକୁ ଆସିଥିବାବେଳେ ତାଙ୍କୁ ଏକ ବାଇକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେବା ସହ କିଛି ସମୟ ପାଇଁ ରାସ୍ତାରୋକ ହୋଇଥିଲା । ଦୁର୍ଘଟଣା ବିଷୟରେ ଖବର ପାଇ ଅନୁଗୋଳ ସଦର ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବା ସହ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା । ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।