Thursday, October 29, 2020
Home District News ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ //
ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ ଅଖିଲ ଭାରତୀୟ ଗୋଣ୍ଡୱାନl ଗୋଣ୍ଡ ମହାସଭା ଓଡିଶାର ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତି ବୈଠକଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ହରିଦାସ ମାଝୀ ସଭାପତି କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଭାରତୀୟ ଗୋଣ୍ଡାୱାନା ଗୋଣ୍ଡ ମହାସଭା ଓଡିଶା ପ୍ରଦେଶର ସଂପାଦକ ସନଧର ମାଝୀ ଯୋଗ ଦେଇଥିଲେ । ଇଣ୍ଟରନେଟ ଦୁନିଆ ବା ବର୍ତ୍ତମାନ ପରିସ୍ଥିତି ସହିତ ଉପଯୋଜିତ ହୋଇ ବା ଖାପଖୁଆଇ କିପରି ଆଗକୁ ବଢିବା ଏବଂ ଗାଁ ଗହଳିର ଶିକ୍ଷା ବ୍ୟବସ୍ଥା ବା ଅନଲାଇନ ଶିକ୍ଷାକୁ ନେଇ ଗୁରୁତ୍ୱ ଆଲୋଚନା କରିବା ସହିତ ସମସ୍ତଙ୍କୁ ସଚେତନ କରାଯାଇଥିଲା । ଏବଂ ଉକ୍ତ ବୈଠକରେ ସମସ୍ତ ପଞ୍ଚାୟତରେ ଗୋଣ୍ଡାୱାନା ସମିତି ଗଠନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯାଇଥିଲା । ଏହି ବୈଠକକୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଚୈତନ୍ୟ ମାଝୀ ପରିଚାଳନା କରିଥିବା ବେଳେ ନୀଳକଣ୍ଠ ମାଝୀ, ଲଷ୍ମୀଧର ଚାଲାଣ ,ନିଳାମ୍ବର ଗୋଣ୍ଡ, ନୀତିଆ ମାଝୀ, ତ୍ରିନାଥ ଧୁରୁଆ, ଲଚମନ ଭତ୍ରା, ବିଶ୍ୱଜିତ ମାଝୀ ପ୍ରମୁଖ ଯୋଗଦେଇଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସେପ୍ଟେମ୍ବର ମାସର ଦରମା ପାଇନାହାନ୍ତି ଜୁନାଗଡ ଆରଏମସି କର୍ମଚାରୀ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // ଜୁନାଗଡ଼ (୨୮/୧୦): କଳାହାଣ୍ଡି ତା.୨୮.୧୦.୨୦୨୦ ଅକ୍ଟୋବର ଶେଷ ହେବାକୁ ବସିଲାଣି ଜୁନାଗଡ ନିୟନ୍ତ୍ରିତ ବଜାର କମିଟୀ (ଆରଏମସି) ର କର୍ମଚାରୀ ମାନେ ସେପ୍ଟେମ୍ବର ମାସର ଦରମା ପାଇପାରିନଥିବା ଜଣାପଡିଛି...

ରାୟଗଡ଼ା ସାମ୍ବାଦିକ ସୁଶାନ୍ତ ଦାସଙ୍କ ବଡବାପା ରତ୍ନାକର ଦାସଙ୍କ ପରଲୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୨୮/୧୦): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଚନ୍ଦନ ନଗର ଗ୍ରାମପଞ୍ଚାୟତ ଅଧୀନସ୍ଥ ଗୋପ୍ତିରା ଗ୍ରାମର ଶ୍ରୀଯୁକ୍ତ ରତ୍ନାକର ଦାସ ଙ୍କ ଗତ ରବିବାର ରାତ୍ର...

ଏସାର- ଗୁରୁକୁଳ ର ଭାରତ କାର୍ଯ୍ୟାଳୟ ଉଦଘାଟିତ

ରିପୋର୍ଟ: ସତ୍ୟଜିତ ବାରିକ // ଭୁବନେଶ୍ୱର / ନୂଆଦିଲ୍ଲୀ / ମାଞ୍ଚେଷ୍ଟର - ୨୭.୧୦): ଭାରତ ବର୍ଷର ପ୍ରାଚୀନ ଗୁରୁକୁଳ ଶିକ୍ଷା ପରମ୍ପରା ଖୁବ ମହାନ ଓ ମହିମାମୟ ଥିଲା ବୋଲି ଓଡିଶା ବିଧାନ...

ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ଅଭିଯୋଗ

ରିପୋର୍ଟ: ଚିତ୍ତରଞ୍ଜନ ବାଗ // ଗୋଲାମୁଣ୍ଡା (୨୭/୧୦): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ପୁଲିସ ଦ୍ଵାରା ଗତ କାଲି ସନ୍ଧ୍ୟା ସମୟରେ ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଗଇଣ୍ଡି ମୁଣ୍ଡା ଠାରେ ଜଣେ ଯୁବକଙ୍କ ଶବ ଉଦ୍ଧାର...

Recent Comments

%d bloggers like this: