Thursday, October 22, 2020
Home District News ଲାଞ୍ଚ ନେବା ମହଙ୍ଗା ପଡିଲା : ଧରାପଡିଲେ କିରାଣୀ ପ୍ରକାଶ ସାହୁ

ଲାଞ୍ଚ ନେବା ମହଙ୍ଗା ପଡିଲା : ଧରାପଡିଲେ କିରାଣୀ ପ୍ରକାଶ ସାହୁ

ରିପୋର୍ଟ: ଗୋପୀନାଥ ଗୌଡ଼ //
ରାୟଗଡା (୨୯/୦୯): ଭିଜିଲାନ୍ସ ଜାଲରେ ଫସିଲେ କିରାଣି ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ । ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାୟଗଡ଼ା ଜିଲ୍ଲା କାଶୀପୁର ଵ୍ଳକ କିରାଣି ପ୍ରକାଶ ଚନ୍ଦ୍ର ସାହୁ ।

ଡଙ୍ଗାସିଲ ଗାଁରେ ଏକ ଯାତ୍ରୀ ଵିଶ୍ରାମାଗାର ନିର୍ମାଣ ପାଇଁ ଠିକାଦାର ବିଳାସ କୁମାର ନାୟକଙ୍କୁ କିରାଣି ପ୍ରକାଶ ୪ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ବିଳାସ ଭିଜିଲାନ୍‌ସକୁ ଜଣାଇବା ପରେ ଭିଜିଲାନ୍ସ ଜାଲ ବିଛାଇଥିଲା । ଯୋଜନା ମୁତାବକ ଆଜି ଟଙ୍କା ଦେବା ପାଇଁ ସ୍ଥିର ହୋଇଥିଲା । ବିଳାସ କାର୍ଯ୍ୟାଳୟ ଭିତରେ ଟଙ୍କା ଦେବା ବେଳେ ପୂର୍ବରୁ ଛପି ରହିଥିବା ରାୟଗଡା ଓ ଭବାନୀପାଟଣା ଭିଜିଲାନ୍ସ ଟିମ୍ ଚଢାଉ କରିଥିଲେ । ୪ ହଜାର ଟଙ୍କା ହାତରେ ଧରିଥିବା ଅବସ୍ଥାରେ କିରାଣି ପ୍ରକାଶ ଚନ୍ଦ୍ର ସାହୁଙ୍କୁ ଗିରଫ କରାଯାଇଛି । କାଶୀପୁର ବ୍ଲକରେ ମଧ୍ୟ ଏହା ପୂର୍ବରୁ ଅନେକବାର ସେ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । କିନ୍ତୁ ଉକ୍ତ କିରାଣିଙ୍କ ନାମରେ କୌଣସି ପ୍ରମାଣ ନଥିଲା । ପ୍ରମାଣ ମିଳିବା ପରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: