ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0
41
ଜିଲ୍ଲାପାଳ ଓ

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୯/୧୦) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023-10-10 at 06.34.53

ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୭ଟି ଅଭିଯୋଗର ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୪ଟି, ସାମୁହିକ ଦରଖାସ୍ତ ୧୩ଟି ଗ୍ରହଣ କରାଯାଇ ଶିବିରରେ ୨୩ଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି ।

ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋହିତ ଭୋଇଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପଜିଲ୍ଲାପାଳ କାର୍ଯ୍ୟାଳୟ ଡେପୁଟି କଲେକ୍ଟର ଖଦାଲ ପାତ୍ର, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଟି ପି ଡବ୍ଲୁ ଓ ଡି ଏଲ ନିର୍ବାହୀ ଯନ୍ତ୍ରୀ ଅଶୋକ କୁମାର ମିଶ୍ର ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ରାମପୁର ତହସିଲଦାର ପୁରୁଷୋତ୍ତମ ମିର୍ଦ୍ଧା,ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l